ବାରିପଦା, (୧୪/୦୩) : ଆ.ପ୍ର. : ଗଳା କାଟି ବ୍ୟବସାୟୀଙ୍କୁ ହତ୍ୟା। ବାରିପଦା ଭଞ୍ଜପୁର ଥାନା ଫରେଷ୍ଟ କଲୋନୀରେ ଅଭାବନୀୟ ଘଟଣା ଘଟିଛି ।
ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ଘରେ ପଶି ଜଣେ ବ୍ୟବସାୟୀଙ୍କୁ ଗଳା କାଟି ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି । ଗୁରୁତର ଅବସ୍ଥାରେ ତୁରନ୍ତ ଉଦ୍ଧାର କରାଯାଇ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ହତ୍ୟା କରିବା ପାର ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି । ତେବେ କାହିଁକି ବ୍ୟବସାୟୀ ଜଣଙ୍କୁ ହତ୍ୟା କରାଯାଇଛି, ସେ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।