32.9 C
Balāngīr
Sunday, July 20, 2025

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର; ଗୋଡ଼ାଇ ଗୋଡ଼ାଇ ହାଣିଲେ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୮/୦୮) : ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର ଘଟିଛି । ଏୟାରଫିଲ୍ଡ ଥାନା ଅନ୍ତର୍ଗତ ହାଇଟେକ୍ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ଡବଲ ମର୍ଡର ହୋଇଛି ।

୨ଜଣ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ରଶ୍ମିରଂଜନ ସେଠୀ ଓ ଜୁଲୁ ସେଠୀ । କଲ୍ୟାଣୀ ପ୍ଲାଜା ନିକଟରେ ରଶ୍ମିରଂଜନଙ୍କର ଏକ ଦୋକାନ ରହିଛି । ପ୍ରତିଦିନ ରଶ୍ମି ପ୍ଲାଜା ନିକଟରେ ନିଜ କାର୍‌ ରଖି ଦୋକାନ ଆସିଥାନ୍ତି । ହେଲେ କଲ୍ୟାଣୀ ପ୍ଲାଜାର ମେଣ୍ଟେନାସ୍ ଦାୟିତ୍ୱରେ ଥିବା ବାପି ଏହାକୁ ବିରୋଧ କରୁଥିଲେ । ଏହାକୁ ନେଇ ବିଭିନ୍ନ ସମୟରେ ବାପି ଓ ରଶ୍ମିଙ୍କ ମଧ୍ୟରେ ବଚସା ହୋଇଛି । ଗତକାଲି ମଧ୍ୟ ରଶ୍ମି ନିଜ କାର୍‌କୁ କଲ୍ୟାଣୀ ପ୍ଲାଜା ନିକଟରେ ପାର୍କିଂ କରିଥିଲେ। ଏହାଦେଖି ବାପି ଉତ୍ତ୍ୟକ୍ତ ହୋଇ ପଡ଼ିଥିଲେ । ରଶ୍ମିଙ୍କ କାର୍‌କୁ ଗୋଇଠା ମାରିବା ସହ ଗାଡ଼ି ଏଠାରୁ କାଢ଼ିବାକୁ ରଶ୍ମିଙ୍କୁ କହିଥିଲେ ।

ଏହାକୁ ନେଇ ବାପି ଓ ରଶ୍ମିଙ୍କ ମଧ୍ୟରେ ବଚସା ହୋଇଥିଲା। ରଶ୍ମି ବାପିଙ୍କୁ ଏକ ଚାପୁଡ଼ା ମାରିଥିଲେ। ବାପି଼ ଉତକ୍ଷିପ୍ତ ହୋଇ ୩ରୁ ୪ଜଣ ସାଙ୍ଗକୁ ଫୋନ୍‌ କରି ଡାକିଥିଲେ। ବାପିଙ୍କ ସାଙ୍ଗମାନେ ମାରଣାସ୍ତ୍ର ଧରି ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ସେମାନେ ରଶ୍ମିଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏହି ସମୟରେ ରଶ୍ମିଙ୍କ ସହଯୋଗୀ ଜୁଲୁ ଏହା ଦେଖି ଅଟକାଇବାକୁ ଚେଷ୍ଟା କରିଥିଲେ ।

ସେମାନେ ମଧ୍ୟ ଜୁଲୁଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ରଶ୍ମିଙ୍କର ମୃତ୍ୟୁ ଘଟିଥିବା ବେଳେ ଜୁଲୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଜୁଲୁଙ୍କୁ ମୃତ ଘୋଷଣା କରିଥିଲେ। ଭୁବନେଶ୍ୱର ଡିସିପି ଗତକାଲି ରାତିରେ ଘଟଣାସ୍ଥଳକୁ ଯାଇ ଛାନଭିନ୍ କରିଛନ୍ତି। ହତ୍ୟାକାରୀଙ୍କୁ ଧରିବାକୁ ପୁଲିସ ଉଦ୍ୟମ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...