32.9 C
Balāngīr
Friday, June 13, 2025

ଗାଡି ସାଇଡ୍‌ ମରାକୁ ନେଇ ଅଟୋ ଚାଳକଙ୍କୁ ଛୁରା ମାଡ଼

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୨୬/୦୮) : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ଟୋଲଙ୍କପଡା ଗାଁ’ରେ ଗାଡି ସାଇଡ୍ ମରାକୁ କେନ୍ଦ୍ର କରି ଜଣେ ଅଟୋ ଚାଳକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।

ଟୋଲଙ୍କପଡା ଗ୍ରାମର ଆଲୋକ ସାହୁ ଅଟୋରେ ବେଲବାହାଳିରୁ ଗୋଖାଦ୍ୟ ଧରି ଯାଉଥିଲେ । ତେବେ ବାଟରେ ଗାଡ଼ି ସାଇଡ ମରାକୁ ନେଇ ଅନାଦି ଜେନା ନାମକ ଜଣେ ବାଇକ୍ ଆରୋହୀଙ୍କ ସହିତ ତାଙ୍କର ବଚସା ହୋଇଥିଲା । ଯୁକ୍ତିତର୍କ ମଧ୍ୟରେ ଉତ୍‌କ୍ଷିପ୍ତ ଅନାଦି ଜେନା ଏକ ଛୁରୀରେ ଅଟୋ ଟ୍ରାଇଭର ଆଲୋକ ସାହୁଙ୍କୁ ଆକ୍ରମଣ କରିଥିଲେ । ଫଳରେ ସେ ଗୁରୁତର ହୋଇପଡ଼ିଥିଲେ । ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ଘଷିପୁରା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଅଲୋକଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି । ଘଷିପୁରା ପୁଲିସ ଘଟଣାର ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...