32.9 C
Balāngīr
Wednesday, April 23, 2025

ଗୁଜରାଟରୁ ଉଦ୍ଧାର ହୋଇ ଫେରିଲେ ୯ଜଣ ଶ୍ରମିକ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ଗୋପୀନାଥ ଗୌଡ଼ //
ରାୟଗଡ଼ :-ତା. ୪/୧୨-ଗୁଜରାଟ ରେ କାମପାଇଁ ଯାଇଥିବା ରାୟଗଡ ଜିଲ୍ଲାର ୯ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଘରକୁ ଫେରାଇ ଆଣିଲା ଜିଲ୍ଲାପ୍ରଶାସନ l ଏହି ଶ୍ରମିକ ମାନେ ଗୁଜରlଟର ଏକ କମ୍ପାନୀରେ କାମ କରିବା ପାଇଁ ଯାଇଥିଲେ l

କମ୍ପାନୀ ଦ୍ୱାରା ସେଠାରେ ସେମାନଙ୍କୁ ଅଟକ ରଖା ଯାଇଥିଲା l କୌଣସି ସୂତ୍ରରୁ ଜିଲ୍ଲାଶ୍ରମ ବିଭାଗ ଖବର ପାଇ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ପ୍ରଚେଷ୍ଟାରେ ରାଜ୍ୟ ସରକାରଙ୍କ ଶ୍ରମବିଭାଗ ତରଫରୁ ଗୁଜୁରାଟ ସରକାରଙ୍କ ସହିତ ଯୋଗାଯୋଗ କରି ସେମାନଙ୍କୁ ଉଦ୍ଧlର କରାଯାଇ ଟ୍ରେନ ଯୋଗେ ରାୟଗଡକୁ ପଠାଇଥିଲେ l ଉଦ୍ଧାର ହୋଇଥିବା ଶ୍ରମିକ ମାନଙ୍କ ମଧ୍ୟରୁ ଵିଷମ କଟକ ବ୍ଲକର ୬ଜଣ ଓ କାଶୀପୁର ବ୍ଲକରୁ ୩ବୋଲି ଜିଲ୍ଲା ଶ୍ରମ ଅଧିକାରୀ ଗୋପାଳ ମଙ୍ଗରାଜ ସୂଚନା ଦେଇଥିଲେ l ଏହି ଘଟଣା ଏବେ ତଦନ୍ତ ପରିସରଭୁକ୍ତ ରହିଅଛି। ଏଥିରେ ସମ୍ପୃକ୍ତ ଥିବା ଦଲାଲକୁ ଚିନ୍ହଟ କରାଯିବା ସହିତ ଶ୍ରମିକ ମାନଙ୍କର ବକେୟା ଥିବା ପ୍ରାପ୍ୟ ପ୍ରଦାନ କରାଯିବା ସମ୍ବନ୍ଧୀୟ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାଧୀନ ରହିଛି।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...