32.9 C
Balāngīr
Wednesday, April 23, 2025

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ଗୁଣପୁର(୧୦/୦୩) (ଆପ୍ର) : ୧୦.୦୩.୨୦୨୫ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l9864566b 4130 4272 b500 ffcee018e9dd ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଆଜି ମୋଟ୪୦ ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୩ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା , ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ବିଦ୍ୟୁତ ଯୋଗାଣ, ପିଡ଼ିଏସ ଯୋଗାଣ ଆଦି ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।7e4851ff 516b 40bb abd4 e7d8a7afefd6 ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଏହି ଶିବିରରେ ଜିଲ୍ଲା ଯୋଗାଣ ଅଧିକାରୀ, ଅବକାରୀ ଅଧିକ୍ଷକ, ଜିଲ୍ଲା କ୍ରୀଡା ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ପରିବହନ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀ, ଜିଲ୍ଲା କର୍ମ ନିୟୋଜନ ତଥା ଦକ୍ଷତା ବିକାଶ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଜଳ ଯୋଗାଣ, ଗ୍ରାମ୍ୟ ଉନ୍ନୟନ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ତହସିଲଦାର, ଗୁଣପୁର, ନିର୍ବାହୀ ଅଧିକାରୀ ପୋୖର ସଂସ୍ଥା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯୋଗ ଶୁଣାଣି ଶିବିରକୁ ଗ୍ରୀଭାନ୍ସ ଅଧିକାରୀ ସସ୍ମିତା ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ବିପିନ ଚନ୍ଦ୍ର ନାୟକ, ଅଜୟ ଶବର, ବିନୋଦ ଶବର, ବିକ୍ରମ ସାହୁ, ତପନ ରଥ, ଯସ୍ମୀନ ଭୂୟାଁ ପ୍ରମୁଖ ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...