32.9 C
Balāngīr
Saturday, April 26, 2025

ଗୁଣପୁର ଠାରେ ରାୟଗଡ଼ ଜିଲ୍ଲା ଯୁବ ଉତ୍ସବ ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ – ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର :୦୯.୦୧.୨୦୨୫): ଆଜି ଗୁଣପୁର ଠାରେ ଜିଲ୍ଲା ଯୁବ ଉତ୍ସବ- ଭାରତ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗାନ୍ଧୀ ବିଶ୍ୱ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଗୁଣପୁର ଉପ ଜିଲ୍ଲାପାଳ କିରନ ଦୀପ କୌର ସହୋତା ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।83 ଗୁଣପୁର ଠାରେ ରାୟଗଡ଼ ଜିଲ୍ଲା ଯୁବ ଉତ୍ସବ ଅନୁଷ୍ଠିତ

ଜିଲ୍ଲାର ବିଭିନ୍ନ ମହା ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରଦର୍ଶନୀ, ଚିତ୍ରଙ୍କନ, ବକ୍ତୃତା, କବିତା, ଫୋଟଗ୍ରାଫି, ନୃତ୍ୟ, ଗୀତ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସମ୍ମାନିତ ଅତିଥି ଭାବେ ସହକାରୀ ଜିଲ୍ଲାପାଳ ସତ୍ୟଜିତ ନାୟକ, ଗାନ୍ଧୀ ଅନୁଷ୍ଠାନର ଉପ ସଭାପତି ଡ଼ଃ ଚନ୍ଦ୍ରଧ୍ଵଜ ପଣ୍ଡା, ଗାନ୍ଧୀ ଅନୁଷ୍ଠାନର ରେଜିଷ୍ଟ୍ରର ଏନ ଭି ଯେ ରାଓ ଯୋଗ ଦେଇଥିବା ବେଳେ ନେହେରୁ ଯୁବ କେନ୍ଦ୍ର ରାୟଗଡ ଜିଲ୍ଲା ଯୁବ ଅଧିକାରୀ ଭୁକ୍ଷା ରମେଶ ଅଧ୍ୟକ୍ଷତା କରିଥିଲେ, ନେହେରୁ ଯୁବ କେନ୍ଦ୍ର ରାୟଗଡର ସିନିୟର ଏକାଉଣ୍ଟାଣ୍ଟ ଦୁତିୟା ଵଂଛର ସ୍ୱାଗତ ଭାଷଣ ଦେଇଥିଲେ ଓ ଗାନ୍ଧୀ ଅନୁଷ୍ଠାନର ସହକାରୀ ପ୍ରଫେସର ରାଧାକୃଷ୍ଣ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଆଜିକା ଦିନରେ ଯୁବ ସମାଜ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ୨୦୪୭ ସୁଦ୍ଧା ବିକଶିତ ଓଡ଼ିଶା, ବିକଶିତ ଭାରତ ଗଢି ତୋଳିବା ନିମନ୍ତେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ପଞ୍ଚପ୍ରାଣ କାର୍ଯ୍ୟକ୍ରମ ମାଧ୍ୟମରେ ଭାରତର ସମସ୍ତ ଯୁବ ବର୍ଗଙ୍କୁ ସାମିଲ କରିବା ସହ ସମସ୍ତଙ୍କୁ ସ୍ୱାବଲମ୍ବୀ କରିବା ସରକାରଙ୍କ ମୂଳ ଲକ୍ଷ ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମ ଉଦଘାଟନ ହେବା ପରେ ଗାନ୍ଧୀ ଅନୁଷ୍ଠାନର ବିଭିନ୍ନ କକ୍ଷରେ ପ୍ରତିଯୋଗିତା ସମୂହ ଆରମ୍ଭ ହୋଇଥିଲା । ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ସେମାନଙ୍କ କୃତିତ୍ୱ ପ୍ରତିପାଦିତ କରିଥିଲେ ।

ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ କାର୍ଯ୍ୟକ୍ରମରର ରାୟଗଡ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ମୁଖ୍ୟ ଅତିଥି, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାୟଗଡ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ନିୟୋଜନ ତଥା ଦକ୍ଷତା ବିକାଶ ଅଧିକାରୀ ତତ୍ତ୍ୱମସି ମହାପାତ୍ର, ଗାନ୍ଧୀ ଅନୁଷ୍ଠାନର ଉପ ସଭାପତି ଚନ୍ଦ୍ରଧ୍ଵଜ ପଣ୍ଡା ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କାର, ମାନପତ୍ର ପ୍ରଦାନ କରିଥିଲେ । ଆଜିର ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ର ଛାତ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ଓ ସେଇଠୁ ମନୋନୀତ ହେଲେ କେନ୍ଦ୍ର ସ୍ତରକୁ ପ୍ରତିଯୋଗିତା ନିମନ୍ତେ ଯିବେ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ନେହେରୁ ଯୁବକେନ୍ଦ୍ର ଦ୍ୱାରା ଆୟୋଜିତ ସମସ୍ତ କାର୍ଯ୍ୟକ୍ରମଟିକୁ ସହକାରୀ ପ୍ରଫେସର ଘନିଷ୍ଟା ପୃଷ୍ଟି ସଂଯୋଜନା କରିଥିବା ବେଳେ ଉଦଯାପନୀ କାର୍ଯ୍ୟକ୍ରମରେ ନେହେରୁ ଯୁବ କେନ୍ଦ୍ର କର୍ମଚାରୀ ଲକ୍ଷ୍ମୀ ନାରାୟଣ ସେଠି ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...