32.9 C
Balāngīr
Saturday, April 26, 2025

ଗୁଣିଗାରେଡି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଗାଁରେ ଲାଗି ରହିଛି ଉତ୍ତେଜନା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୨୨/୦୨) : ଗୁଣିଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା । ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ନାଙ୍ଗଲସିଲ୍ ଗାଁ ରେ ହତ୍ୟାକାଣ୍ଡ ।

ଗାଁ’ରେ ଜଣେ ନାବାଳକର ମୃତ୍ୟୁକୁ କେନ୍ଦ୍ର ଗୁଣିଗାରେଡି ସଂଦେହରେ ହତ୍ୟାକାଣ୍ଡ ଘଟିଛି । ମୃତ ମହିଳାଙ୍କ ନାଁ ବର୍ଷ ଶାନ୍ତା । ତାଙ୍କୁ ମନ୍ଦ ଶାନ୍ତା ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ନାଙ୍ଗଲସିଲ୍ ଗାଁର ମନ୍ଦ ଶାନ୍ତାର ୧୨ ବର୍ଷର ପୁଅ ବନି ସାନ୍ତାର ଦେହ ଖରାପ ଥିବାରୁ ତାର ମୃତ୍ୟୁ ଘଟିଥିଲା । ତେବେ ଗୁଣିଗାରେଡି କରି ମାରିଥିବା ସନ୍ଦେହରେରେ ବାର୍ଷ ସାନ୍ତାକୁ ହତ୍ୟା କରିଥିଲା ମନ୍ଦ । ହତ୍ୟାକାରୀ ମନ୍ଦ ସାନ୍ତାକୁ ଗ୍ରାମବାସୀ ଘର ଭିତରେ ହାତ ଗୋଡ଼ ବାନ୍ଧି ରଖିଥିଲେ । ଘଟଣା ପରେ ବାର୍ଷଙ୍କ ସ୍ବାମୀ ପୋଲାଦୁ ଶାନ୍ତା ଉମରକୋଟ ଥାନାରେ ଏତଲା ଦେଇଛନ୍ତି । ଉମରକୋଟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରଥିଲା । ସେପଟେ ମହିଳାଙ୍କ ହତ୍ୟାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...