32.9 C
Balāngīr
Wednesday, April 23, 2025

ଗୁଣୁପୁରରେ ଲଜ୍ଜା : ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

Must read

ଗୁଣପୁର, (୨୯/୦୩) : ଆ.ପ୍ର. : ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ ।

ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି । ସୂଚନା ଅନୁସାରେ ଶୁକ୍ରବାର ନରସିଂହଙ୍କ ପଡ଼ିଶା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ଦୁଷ୍କର୍ମ ପାଇଁ ଉଦ୍ୟମ କରିଥିଲେ । ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ପରିବାର ଲୋକଙ୍କୁ ଜଣାଇଥିଲେ । ପରିବାରଲୋକ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ । ଏହାପରେ ଗ୍ରାମବାସୀମାନେ ଫରେଷ୍ଟରକୁ କାବୁ କରି ମାଡ଼ ମାରିଥିଲେ।

କେନ୍ଦୁଗୁଡା ଫାଣ୍ଡି ପୋଲିସ ଖବର ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ । ସେଠାରୁ ନରସିଂହକୁ ଗିରଫ କରି ପଦ୍ମପୁର ଆଣି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...