32.9 C
Balāngīr
Tuesday, May 13, 2025

ଗୁପ୍ତେଶ୍ୱର ଯାଉଥିବା ବେଳେ ଓଲଟିଲା ବସ୍‌: ୪ ମୃତ, ୨୮ ଆହତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କୋରାପୁଟ, (୨୯/୧୨) : କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଡକରି ଘାଟିର ସୁକୁ ନାଳ ନିକଟରେ ଏକ ବସ୍ ଓଲଟି ପଡ଼ିବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ ଜଣ ଆହତ ହୋଇଛନ୍ତି ।

ଆହତଙ୍କ ମଧ୍ୟରେ ଛୋଟ ଛୁଆ ମଧ୍ୟ ଅଛନ୍ତି । ମୃତାହତମାନେ କଟକ ଜିଲ୍ଲା ନିଆଳି ଅଞ୍ଚଳର । ସୂଚନା ଅନୁଯାୟୀ, ନିଆଳି ଅଞ୍ଚଳର କେତୋଟି ପରିବାର ଏକ ବସ୍ ଭଡ଼ା କରି ରାଜ୍ୟ ବିଭିନ୍ନ ମନ୍ଦିର ଦର୍ଶନରେ ଯାଇଥିଲେ । ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ । ସେମାନେ ଗତକାଲି କଳାହାଣ୍ଡିରେ ମା’ ମାଣିକେଶ୍ୱରୀଙ୍କ ଦର୍ଶନ କରିବା ପରେ କୋରାପୁଟର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରକୁ ଯାଉଥିଲେ । ଆଜି ସକାଳେ ସେମାନେ ବାବା ଗୁପ୍ତେଶ୍ୱରଙ୍କ ଦର୍ଶନ କରିଥା’ନ୍ତେ । ତେବେ ଭୋରରେ ବସ୍‌ଟି ଡକରି ଘାଟି ପାର ହେଉଥିବା ବେଳେ ସୁକୁ ନାଳ ନିକଟରେ ଓଲଟି ପଡ଼ିଥିଲା ।

ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଆଉ ୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି । ଆହତମାନଙ୍କୁ ରାମଗିରି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ବୈପାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆହତମାନଙ୍କ ମଧ୍ୟରୁ ପ୍ରାୟ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଜଣେ ନାବାଳିକାଙ୍କର ଗୋଟିଏ ଗୋଡ଼ ଓ ଗୋଟିଏ ହାତ କଟି ଯାଇଥିବା ଜଣାପଡ଼ିଛି । କୋରାପୁଟ ଡକରିଘାଟି ବସ୍ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏଥିସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଆହତଙ୍କ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...