32.9 C
Balāngīr
Wednesday, April 30, 2025

ଗୋଟେ ପରେ ଗୋଟେ ୩ଟି ଗଛରେ ପିଟିହେଲା ଦ୍ରୁତଗାମୀ କାର୍‌

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ, (୦୩/୦୧) : ଗୋଟେ ପରେ ଗୋଟେ ୩ଟି ଗଛରେ ପିଟିହେଲା ଦ୍ରୁତଗାମୀ କାର୍‌! ଚାଲିଗଲା କାର୍‌ ଚାଳକଙ୍କ ଜୀବନ। କାର ଭିତରେ ଥିବା ଅନ୍ୟ ଜଣେ ଯୁବକ ମେଡ଼ିକାଲ୍‌ରେ ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି ।

ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି । ଲହୁଣିପଡ଼ା ବ୍ଲକ୍‌ ସରଦାପୁର ଗାଁର କିରଣ ମାହାନ୍ତ ଓ ଦେବାଶିଷ ମାହାନ୍ତ ଏକ କାର୍‌ରେ ଦ୍ରୁତ ଗତିରେ କଳେଇପୋଷ ପାର୍ଶ୍ୱରୁ ବାହାଡାପୋଷ ଅଭିମୁଖେ ଯାଉଥିଲେ । ତେବେ ରାଜ୍ୟ ରାଜପଥର କଳେଇପୋଷ ନିକଟରେ ହଠାତ୍‌ କାରଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗୋଟେ ପରେ ଗୋଟେ ଏମିତି ୩ଟି ଗଛରେ ପିଟିଥିଲା । ଯେଉଁଥିପାଇଁ ଘଟଣା ସ୍ଥଳରେ କାର୍‌ ଚାଳକ କିରଣଙ୍କ ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ନେଇ ସ୍ଥାନୀୟ ଲୋକ ଲହୁଣିପଡ଼ା ଥାନାକୁ ଖବର ଦେଇଥିଲା । ଅଗ୍ନିଶମ କର୍ମଚାରୀଙ୍କ ସହ ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ । କାର ଭିତରେ ଫସିଥିବା ଦେବାଶିଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ରାଉରକେଲାକୁ ସ୍ଥାନାନ୍ତରିତ କରାଯାଇଛି । ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...