32.9 C
Balāngīr
Wednesday, April 23, 2025

ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୨୪/୧୨) : ବାଲେଶ୍ୱର ଜିଲ୍ଲା ସୋର ଥାନା ବାଗୁଡ଼ି ବଜାରରେ ଆତଙ୍କ ଖେଳାଇଛି ପାଗଳ କୁକୁର । ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି । ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

କୁକୁରଟି ରାସ୍ତାଘାଟରେ ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି । ଆଜି ସକାଳେ ବାଗୁଡି ବଜାରକୁ ଜଣେ ଦୋକାନୀ ଦୋକାନ ଖୋଲିବାକୁ ଆସିଥିବା ବେଳେ ପ୍ରଥମେ ଏହି କୁକୁରର ଶିକାର ହୋଇଥିଲେ । ପରେ ପରେ ପାଗଳା କୁକୁରଟି ଯାହାକୁ ପାଇଲା କାମୁଡ଼ିଲା। ପାଗଳ କୁକୁର କାମୁଡ଼ାରେ ୬ ଜଣ ଗୁରୁତର ହୋଇ ସୋର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । କୁକୁର କାମୁଡ଼ାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ଲୋକେ ଘରୁ ବାହାରିବାକୁ ସୁରକ୍ଷିତ ମଣୁ ନାହାନ୍ତି। ଏଥିସହ ତୁରନ୍ତ କୁକୁରଟିକୁ କାବୁ କରିବାକୁ ଦାବି ଜଣାଇଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...