32.9 C
Balāngīr
Saturday, July 12, 2025

ଗ୍ୟାସ ଟ୍ୟାଙ୍କ-କାର୍ ମଧ୍ୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଜଣେ ମୃତ

Must read

ପାରାଦୀପ, (୦୧/୦୭) : ଆପ୍ର. : କଟକ ପାରାଦୀପ ରାସ୍ତାର ଭୁତମୁଣ୍ଡାଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଗ୍ୟାସ୍ ଟ୍ୟାଙ୍କର ସହ କାରର ମୁହଁମୁହିଁ ଧକ୍କା ହୋଇଥିଲା ।

ଫଳରେ କାର ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଭୂତମୁଣ୍ଡାଇ ଜଗତି ଗ୍ରାମର ପ୍ରଜ୍ଞା ପ୍ରକାଶ ପତି । ସୂଚନା ଅନୁସାରେ, ପାରାଦୀପ ନିକଟସ୍ଥ ଭୁତମୁଣ୍ଡାଇ ବ୍ୟାଙ୍କ ଛକ ନିକଟରେ ଗ୍ୟାସ୍ ଟ୍ୟାଙ୍କର ସହିତ କାର ମଧ୍ୟରେ ଧକ୍କା ହୋଇଥିଲା । ଟ୍ୟାଙ୍କର ପାରାଦୀପ ଅଭିମୁଖେ ଯାଉଥିବା ବେଳେ କାର୍‌ଟି କଟକ ଆଡୁ ଆସୁଥିବା ସମୟରେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ କାର ଚାଳକ ପ୍ରଜ୍ଞା ପ୍ରକାଶ ପତିଙ୍କର ମୃତ୍ୟୁ ହୋଇଥିଲା । ଏନେଇ ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କୁଜଙ୍ଗ ମେଡିକାଲକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦୁଇଟି ଗାଡ଼ି ସମ୍ପୂର୍ଣ୍ଣ ଭଙ୍ଗିରୁଜି ନଷ୍ଟ ହୋଇଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...