32.9 C
Balāngīr
Wednesday, April 30, 2025

ଘରେ କେହି ନ ଥିବାର ସୁଯୋଗ ନେଇ କଳାକନା ବୁଲାଇଲେ ଦୁର୍ବୃତ୍ତ, ଲୁଟି ନେଲେ ଟଙ୍କା ଓ ସୁନା ଅଳଙ୍କାର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଉଦଳା, (୧୫/୦୨) : କବାଟ ତାଡି ଲୁଟିନେଲେ । ଘରେ କେହି ନ ଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଘରୁ ଟିଭି ସହିତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ।

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୁଡ଼ସୁଡ଼ିଆ ଗ୍ରାମରୁ ଆସିଛି ଏପରି ଘଟଣା । ସୂଚନା ଅନୁସାରେ ଅକ୍ଷୟ ବେହେରା ପରିବାର ସହିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସୋର ଅଞ୍ଚଳକୁ ଯାଇଥିଲେ । ହେଲେ ତାଙ୍କ ଘର ମୁଖ୍ୟ କବାଟ ତାପର ଦିନ ଖୋଲାଥିବା ଦେଖି ପଡୋଶୀ ତାଙ୍କୁ ଫୋନ କରି ଜଣାଇଥିଲେ । ଯାହା ଜାଣିବା ପରେ ଅକ୍ଷୟ ଘରକୁ ଫେରି ଆସିଥିବା ବେଳେ ଘରୁ ଲୁଟ ହୋଇଥିବା ଜାଣିବାକୁ ପାଇଥିଲେ ।

ଦୁର୍ବୃତ୍ତମାନେ ଘର ମୁଖ୍ୟ କବାଟ ତାଡି ଘର ଭିତରେ ପଶି ଟିଭି, ଇନଭର୍ଟର, ଲାପଟପ ସହିତ ଗଡ଼ରେଜ ଭାଙ୍ଗି ସେଥିରେ ଥିବା ୪ ଲକ୍ଷରୁ ଅଧିକ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଏବଂ ନଗଦ ୧୦ ହଜାର ଟଙ୍କା ଲୁଟି ନେଇଛନ୍ତି । ଯାହା ଜାଣିବା ପରେ ପରିବାର ଲୋକେ ଏ ନେଇ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...