32.9 C
Balāngīr
Sunday, July 20, 2025

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

Must read

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।

ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ପାର ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିଲା ଆଉ ଏବେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ADMO ସୂଚନା ଦେଇଛନ୍ତି । ଯାଜପୁର ଜିଲ୍ଲାର ବିଭିନ୍ନ ମେଡିକାଲରେ ଝାଡାବାନ୍ତି ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଯାଞ୍ଚ ପାଇଁ କୋରେଇ ବିଧାୟକ ଆକାଶ ଦାସ ନାୟକ ଏବଂ ଯାଜପୁର ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଯାଜପୁର ରୋଡ ଡାକ୍ତରଖାନାରେ ପହଞ୍ଚି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରିଥିଲେ । କେଉଁ କାରଣରୁ ଝାଡାବାନ୍ତି ବ୍ୟାପୁଛି ତାହା ମଧ୍ୟ ଜଣାପଡିନାହିଁ ।

୨୦ ଜଣ ଆକ୍ରାନ୍ତଙ୍କୁ କଟକ ଏସ୍‌ସିବି ମେଡିକାଲ୍ ସ୍ଥାନାନ୍ତର କରାଯାଇଛି । ରାଜ୍ୟସ୍ତରୀୟ ୨ଟି ଡାକ୍ତରୀ ଟିମ୍ ଘଟଣାସ୍ଥଳକୁ ଯାଇ ସ୍ଥିତି ଉପରେ ଅନୁଧ୍ୟାୟନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏପରି ସ୍ଥିତିକୁ ନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ଝାଡ଼ାବାନ୍ତି ହୋଇଛି । ବାହାଘର ଭୋଜି, ଖରାପ ପାଣି କାରଣରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅନୁମାନ କରାଯାଉଥିଲେ ମଧ୍ୟ ତାହା ସ୍ପଷ୍ଟ ହୋଇନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...