32.9 C
Balāngīr
Friday, April 25, 2025

ଚଇତିର ଉଦ୍ଘାଟନୀ ଉତ୍ସବ ସାଂସ୍କୃତିକ ଶୋଭାଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁ୍ଷ୍ଠିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୨/୧୨) : ରାୟଗଡା ଜିଲ୍ଲା ଚଇତି ସାଂସ୍କୃତିକ ଶୋଭାଯାତ୍ରା କମିଟି ତରଫରୁ ରବିବାର ଦିବା ୧୧ଘଟିକା ସମୟରେ ସଂସ୍କୃତି ଭବନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।WhatsApp Image 2024 12 22 at 20.31.53 ଚଇତିର ଉଦ୍ଘାଟନୀ ଉତ୍ସବ ସାଂସ୍କୃତିକ ଶୋଭାଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁ୍ଷ୍ଠିତ

ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ଭାସ୍କର ରଇତ ଏଥିରେ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ଡ: ଦୟାନିଧି ବାଗ ସହିତ ଅନେକ କମିଟି ସଦସ୍ଯ ଉପସ୍ଥିତ ଥିଲେ । ୨୬ ତାରିଖ ଗୁରୁବାର ଦିନ ସକାଳ ୮.୩୦ମିନିଟ ସମୟରେ ମାଁ ମଝିଘରିଆଣୀଙ୍କ ମନ୍ଦିରରେ ପୂଜା ଅର୍ଚ୍ଚନା ପରେ ଦିନ ୯ ଘଟିକା ସମୟରେ ପବିତ୍ର ଜଳ ସହ କଳସ ଶୋଭାଯାତ୍ରାର ଆୟୋଜନ କରାଯିବ। ରାସ୍ତାରେ ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ପ୍ରାପ୍ତ କରି ଶୋଭାଯାତ୍ରା ମୁଖ୍ଯ ବଜାର ଦେଇ ଚଇତି ମଣ୍ଡପରେ ପହଞ୍ଚିବ ।

ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ, ନୃତ୍ୟ ଦଳ, ବାଜାଦଳ, ସ୍ବୟୋଂ ସହାୟକ ଦଳ, ବିଭିନ୍ନ ସଂଘ ତଥା ଜନସାଧାରଣ ଏଥିରେ ସାମିଲ ହେବା ନିମନ୍ତେ କମିଟି ତରଫରୁ ଅନୁରୋଧ କରାଯାଇଛି । ଚଇତି ଉଦ୍ଘାଟନୀ ସଂଧ୍ଯାରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ଜଣାପଡିଛି । ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...