32.9 C
Balāngīr
Friday, April 25, 2025

ଛାତ୍ରକୁ ସାପ କାମୁଡ଼ିବା ମାମଲା: ପ୍ରଧାନ ଶିକ୍ଷୟତ୍ରୀ ନିଲମ୍ବିତ, ଜଣେ ଶିକ୍ଷୟତ୍ରୀଙ୍କ ବଦଳି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୨୯/୦୧) : ପୁରୀ ଜିଲ୍ଲା ପିପିଲି ବ୍ଲକ୍ ପୋପରଙ୍ଗ ବିଦ୍ୟାଳୟରେ ଛାତ୍ରଙ୍କୁ ନାଗ ସାପ କାମୁଡ଼ିବା ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ପ୍ରଧାନ ଶିକ୍ଷୟତ୍ରୀ ଓ ଜଣେ ଶିକ୍ଷୟତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମଣ୍ଡଳ ଶିକ୍ଷା ଅଧିକାରୀ (ବିଇଓ ) ରବି ନାରାୟଣ ନନ୍ଦ । ପ୍ରଧାନ ଶିକ୍ଷୟତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କରାଯାଇଥିବାବେଳେ ଜଣେ ଶିକ୍ଷୟତ୍ରୀଙ୍କୁ ବଦଳି କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବିଇଓ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଘଟଣା କ୍ରମେ ଏମିତି ଥିଲା ଯେ ଗତ ସୋମବାର ଶିକ୍ଷୟତ୍ରୀ ଗୀତାଞ୍ଜଳୀ ରାଉତ ଚତୁର୍ଥ ଶ୍ରେଣୀରେ ପାଠ ପଢ଼ାଉଥିଲେ । ଏହି ସମୟରେ ଜଣେ ଛାତ୍ର ପ୍ରଶ୍ନର ଉତ୍ତର ନ ଦେଇ ପାରିବାରୁ ଶିକ୍ଷୟତ୍ରୀଙ୍କୁ ଦଣ୍ଡିତ କରିଥିଲେ । ଛାତ୍ର ଜଣକୁ ବିଦ୍ୟାଳୟର ଚାଉଳ ରଖା ଯାଉଥିବା ଘରକୁ ସଫା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଛାତ୍ରଟି ଶିକ୍ଷୟତ୍ରୀଙ୍କ କଥା ଚାଉଳ ଘରକୁ ସଫା କରୁଥିବାବେଳେ ତାକୁ ଏକ ନାଗ ସାପ କାମୁଡ଼ିଥିଲା ବୋଲି ପରିବାର ଲୋକ ଅଭିଯୋଗ କରିଥିଲେ ।

ପରେ ଛାତ୍ରକୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସେ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ରହିଥିବା ଜଣାପଡ଼ିଛି । ତେବେ ପରିବାର ଲୋକଙ୍କ ଅଭିଯୋଗ ପରେ ଜିଲ୍ଲା ଶିକ୍ଷା ଅଧିକାରୀ ଘଟଣାର ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବିଇଓଙ୍କୁ ନିର୍ଦ୍ଦେଶ ଦେଇଥିଲା । ବିଇଓ ରବି ନାରାୟଣ ନନ୍ଦ ପ୍ରଧାନ ଶିକ୍ଷୟତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କରିଥିବାବେଳେ ଶିକ୍ଷୟତ୍ରୀ ଗୀତାଞ୍ଜଳୀ ରାଉତଙ୍କୁ ବଦଳି କରିଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...