32.9 C
Balāngīr
Friday, April 25, 2025

ଛାତ୍ରୀଙ୍କୁ ନିର୍ଯାତନା : ନିଲମ୍ବନ ହେଲେ ହଷ୍ଟେଲ ସୁପରିଟେଣ୍ଡେଣ୍ଟ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଜପତି, (୧୫/୦୨) : ଗଜପତି ଜିଲ୍ଲାରେ ହଇଚଇ ସୃଷ୍ଟି କରିଥିବା ଅନ୍ୱେଷା ଛାତ୍ରୀ ନିବାସର ଛାତ୍ରୀଙ୍କୁ ନିର୍ଯାତନା କେଳେଙ୍କାରି ଘଟଣାରେ କାର୍ଯ୍ୟାନୁଷ୍ଠାନ । ଅଭିଯୁକ୍ତ ସୁପରିଟେଣ୍ଡେଣ୍ଟକୁ ନିଲମ୍ବନ କରିଛନ୍ତି ଜିଲ୍ଲାପାଳ

ତଦନ୍ତ ରିପୋର୍ଟକୁ ଆଧାର କରି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୁଚନା ଦେଇଛନ୍ତି ଜିଲ୍ଲାପାଳ ବିଜୟ କୁମାର ଦାସ। ହଷ୍ଟେଲ ପରିଚାଳନା ଗତ ତୃଟି ସାଙ୍ଗକୁ ଅନ୍ତେବାସୀମାନଙ୍କୁ ଯୌନ ଶୋଷଣ , ଆକ୍ରମଣାତ୍ମକ ଆଚରଣ ଦେଖାଇ ଶିଶୁ ଅଧିକାର ଆଇନର ଉଲଂଘନ କରିବା ସହ ,ଶାରୀରିକ ଏବଂ ମାନସିକ ନିର୍ଯାତନା ଏବଂ ଅସଦାଚରଣ ଭଳି ଅଭିଯୋଗ ସତ୍ୟତା ରହିଥିବା ତଦନ୍ତ ରିପୋର୍ଟରେ ଦର୍ଶାଯାଇଛି ଯାହାକୁ ଭିତ୍ତି କରି ଜିଲ୍ଲାପାଳ ନିଲମ୍ବନ କରିଛନ୍ତି।

ସୁପରିଟେଣ୍ଡେଣ୍ଟ ରାଜେନ୍ଦ୍ର ସାହୁ ଅନ୍ୱେସା ଛାତ୍ରଛାତ୍ରୀ ଓ ସେଠାକାର କର୍ମଚାରିଙ୍କ ଉପରେ ମାନସିକ ,ଶାରୀରିକ ନିର୍ଯ୍ୟାତନା ଦେଉଥିବା ଅଭିଯୋଗକୁ ଭିତ୍ତିକରି ଗଣମାଧ୍ୟମରେ ଖବର ପ୍ରସାରଣ ପରେ ପ୍ରଶାସନିକ କ୍ଷେତ୍ରରେ ତତ୍ପରତା ପ୍ରକାଶ ପାଇବା ସହ । ପ୍ରଥମେ ରାଜେନ୍ଦ୍ର ସାହୁଙ୍କୁ ଅନ୍ୱେଷା ଦାୟିତ୍ବରୁ ହଟାଯାଇ ବଦଳି କରାଯାଇଥିଲା । ଏହାପରେ ଜନ ମଙ୍ଗଳ ଅଧିକାରୀଙ୍କ ଦ୍ୱାରା ସ୍ବତନ୍ତ୍ର ଟିମ ଗଠନ କରି ବିଭିନ୍ନ ଦିଗକୁ ନେଇ ରାଜେନ୍ଦ୍ରଙ୍କ ବିରୁଦ୍ଧରେ ଆସିଥିବା ଅଭିଯୋଗ ର ତଦନ୍ତ କରିଥିଲେ । ଗୁରୁବାର ତଦନ୍ତ ରିପୋର୍ଟ ପ୍ରଶାସନକୁ ହସ୍ତାନ୍ତର କରାଯାଇଥିଲା ।

 

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...