32.9 C
Balāngīr
Tuesday, May 20, 2025

ଛାତ୍ରୀଙ୍କ ପାଇଁ ଆତ୍ମରକ୍ଷା ତାଲିମ ଶିବିର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୭/୧) : ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । +୨ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏ କାର୍ଯ୍ୟକ୍ରମ ଉଦ୍ଦିଷ୍ଟ ଥିଲା ।WhatsApp Image 2025 01 07 at 16.19.40 ଛାତ୍ରୀଙ୍କ ପାଇଁ ଆତ୍ମରକ୍ଷା ତାଲିମ ଶିବିର

ଏଥିରେ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶଶୀଭୂଷଣ ମହାନ୍ତି ସଭାପତିତ୍ବ କରିଥିଲେ ଏବଂ ଛାତ୍ରୀମାନଙ୍କୁ ତାଲିମ୍ ଗ୍ରହଣ ସମୟରେ ନିୟମିତ ଆସିବା ପାଇଁ ପରାମର୍ଶ ଦେଇଥିଲେ , ତତ୍ ସହିତ ସଭାର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବେ ଗୁଣପୁର ଶିକ୍ଷାଧିକାରୀ ଶ୍ରୀମତୀ ପ୍ରତିଶ୍ରୁତି ସିଂ ଯୋଗଦେଇ ଉପସ୍ଥିତ ଛାତ୍ରୀମାନଙ୍କୁ ଆତ୍ମରକ୍ଷା ବିଷୟରେ ସୂଚନା ପ୍ରଦାନ କରି କହିଥିଲେ ଯେ, ନିଜକୁ ରକ୍ଷା କରିବା ପାଇଁ ଆତ୍ମରକ୍ଷା କରାଯାଏ । ସମାଜର ବିଭିନ୍ନ କ୍ଷେତ୍ରରେ ଆଜି ନାରୀର ସ୍ଥାନ ସର୍ବୋଚ୍ଚ । ଶିକ୍ଷା କ୍ଷେତ୍ରରେ ମଧ୍ୟ ମହିଳାମାନଙ୍କୁ ସଶକ୍ତ ହେବାକୁ ପଡ଼ିବ ,ତେବେଯାଇ ସମାଜର ଭିତ୍ତିଭୂମି ଓ ବିକାଶ ସୁଦୃଢ଼ ହେବ ।

ଜୀବନରେ ଏକ ନିର୍ଦ୍ଧିଷ୍ଟ ଲକ୍ଷ୍ୟ ରହିବା ନିହାତି ଜରୁରୀ ଏବଂ ଜୀବନରେ ଯେତେ ବାଧାବିଘ୍ନ ଆସିଲେ ବି ନିଜ ଗୋଡ଼ରେ ନିଜେ ଛିଡ଼ା ହେବା ପାଇଁ ଚେଷ୍ଟା କରିବା ଉଚିତ୍ ବୋଲି ସେ ମତବ୍ୟକ୍ତ କରିଥିଲେ । ସେହିପରି ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଆଦର୍ଶ ଥାନାର ସବ୍ ଇନସପେକ୍ଟର ଶ୍ରୀମତୀ ଲକ୍ଷ୍ମୀ ପରିଜା ଉପସ୍ଥିତ ରହି କହିଥିଲେ ଯେ, ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ବର୍ତ୍ତମାନ ଯୁଗରେ ଅଳ୍ପ ବୟସରୁ ଆତ୍ମରକ୍ଷା ପ୍ରଶିକ୍ଷଣ ପ୍ରଦାନ କରାଯାଉଅଛି ।

ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ାଇବା, ସେମାନଙ୍କୁ ନିର୍ଭୀକ କରିବା ଓ ଅନ୍ୟାୟ ବିରୁଦ୍ଧରେ ଲଢ଼ିବା ପାଇଁ ସାହସୀ କରିବା ନିମନ୍ତେ ଆତ୍ମରକ୍ଷା ପ୍ରଶିକ୍ଷଣ ନିହାତି ଜରୁରୀ ବୋଲି ସେ ମତବ୍ୟକ୍ତ କରିଥିଲେ । ଅଧ୍ୟାପକ ଜଗନ୍ନାଥ ଦୀପ ଅତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ସୁଶ୍ରୀ ଚିତ୍ରା ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ଅଧ୍ୟାପିକା ଶ୍ରୀମତୀ ନମିତା ମୁଦୁଲି ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଏହି କାର୍ଯ୍ୟକ୍ରମର ଦୁଇଜଣ ପ୍ରଶିକ୍ଷକ ଶ୍ରୀମତୀ ଲିଲି ମାଣ୍ଡାଙ୍ଗି ଓ ଶ୍ରୀମତୀ ବିମଳା ଜେନା ଛାତ୍ରୀମାନଙ୍କୁ ଆତ୍ମରକ୍ଷାର କେତେକ କୌଶଳ ଶିକ୍ଷା ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...