32.9 C
Balāngīr
Tuesday, May 20, 2025

ଛିଡ଼ା ହୋଇଥିଲା ଟ୍ରକ୍‌, ପିଟିଦେଲା ଟ୍ରଲର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୦୭/୦୧) : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ ଆଜି ଏକ ଦୁର୍ଘଟଣା ଘଟିଛି । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରଲର ।

ଏହି ଦୁର୍ଘଟଣାରେ ଟ୍ରଲର ଡ୍ରାଇଭର କ୍ୟାବିନରେ ଚାପି ହୋଇ ଗୁରୁତର ହୋଇଛନ୍ତି । ଆଜି ଭୋର ସମୟରେ ରାଜଘାଟ ନିକଟରେ ଏକ ଟ୍ରକ୍‌ ରାଜପଥ ପାର୍ଶ୍ୱରେ ଛିଡ଼ା ହୋଇଥିଲା। ପଶ୍ଚିମବଙ୍ଗ ପଟୁ ବାଲେଶ୍ୱର ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରଲର ଟ୍ରକ୍‌ଟିକୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଟ୍ରଲରର କ୍ୟାବିନ୍‌ ଟ୍ରକ୍‌ ଡାଲାରେ ଧକ୍କା ହୋଇ ଚାପି ହୋଇ ଯାଇଥିଲା। ଫଳରେ ଟ୍ରଲର ଡ୍ରାଇଭର ଦୀର୍ଘ ସମୟ କ୍ୟାବିନରେ ଚାପି ହୋଇ ଯାଇଥିଲେ।

ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ । ବହୁ ପରିଶମ୍ର ପରେ କ୍ୟାବିନ କାଟି ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବାହାର କରାଯାଇଥିଲା। ତୁରନ୍ତ ତାଙ୍କୁ ପ୍ରଥମେ ବସ୍ତା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ବସ୍ତା ପୁଲିସ ପହଞ୍ଚି ଅଧିକ ତଦନ୍ତ କରୁଛି । ଘନ କୂହୁଡି ଯୋଗୁ ରାସ୍ତା ଦିଶୁ ନଥିବାରୁ ଦୁର୍ଘଟଣା ଘଟି ଥାଇପାରେ ବୋଲି ଅନୁମାନ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...