32.9 C
Balāngīr
Saturday, April 26, 2025

ଜଘନ୍ୟ ହତ୍ୟାକାଣ୍ଡ, ରାଗ ଜର୍ଜରିତ ହୋଇ ବାପାର ମୁଣ୍ଡ କାଟିଦେଲା ପୁଅ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୂରଭଞ୍ଜ, (୦୪/୦୩) : ଜଘନ୍ୟ ହତ୍ୟାକାଣ୍ଡ, ବାପାର ମୁଣ୍ଡ କାଟିଦେଲା ପୁଅ । ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅଞ୍ଚଳରେ ଏପରି ବୀଭତ୍ସ କାଣ୍ଡ ହୋଇଛି । ବାପାର କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲା ପୁଅ ।

ଏପରିକି ମାଆକୁ ବି ହତ୍ୟା ଉଦ୍ୟମ କରିଥିଲା ପୁଅ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି । ମୃତକ ହେଲେ ବାଇଧର ସିଂ (୭୦), ଅଭିଯୁକ୍ତ ସାନ ପୁଅ ଶମ୍ଭୁ ସିଂ(୪୦) ବୋଲି ଜଣାପଡିଛି । ତେବେ ଖବର ଅନୁସାରେ, ଅଧରାତିରେ ବାପା ପୁଅ ମଧ୍ୟରେ ବଚସା ହୋଇଥିଲା । ଏହାପରେ ନିଜ କ୍ରୋଧକୁ ସମ୍ଭାଳିପାରିନଥିବା ପୁଅ । ରାଗ ଜର୍ଜରିତ ହୋଇ ବାପାକୁ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଇଥିଲା । ମା’କୁ ମଧ୍ୟ ମାରିବାକୁ ଉଦ୍ୟମ କରିଥିବା ସୂଚନା ମିଳିଛି । ତେବେ କୌଶଳକ୍ରମେ ପୁଅର ମରଣାନ୍ତକ ଆକ୍ରମଣରୁ ମା’ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ତେବେ ବାପାର ଗଣ୍ଡିକୁ ଘର ଦ୍ବାର ମୁହଁରେ ପିଙ୍ଗିଦେଇ ମୁଣ୍ଡକୁ ହାତରେ ଧରି ଫେରା ମାରିଥିଲା ନୃଶଂସ ପୁଅ । ଅନ୍ୟପଟେ ପୁଅ ମାନସିକ ବିଚାର ଗ୍ରସ୍ତ ବୋଲି ସୂଚନା ମିଳିଛି । ମଙ୍ଗଳବାର ସକାଳୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମର ସହାୟତାରେ ତଦନ୍ତ ଆରମ୍ଭ କରିଛି । ସେପଟେ ଅଭିଯୁକ୍ତ ଜଣକ ଥାନାରେ ଆତ୍ମ ସମର୍ପଣ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...