32.9 C
Balāngīr
Thursday, July 10, 2025

ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୦୪/୦୬) : ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ । ମୃତକ ଜଣଙ୍କ ହେଲେ ନିରଞ୍ଜନ ରାଉତ । ତାଙ୍କ ଘର ହେଉଛି ଆଠଗଡ଼ ଥାନ ଜାଗିପଡ଼ିଆ ଗାଁ’ରେ ବୋଲି ଜଣାପଡ଼ିଛି ।

ଘଟଣା ହେଉଛି କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭପୁର ଗାଁର ସିଜୁମୁଣ୍ଡିଆ ନିକଟରେ ଆଜି ଜଣେ ଯୁବକଙ୍କର ମୃତଦେହ ପଡ଼ିଥିଲା । ସେଇ ବାଟଦେଇ ଯିବା ଆସିବା କରୁଥିବା ସ୍ଥାନୀୟ ଲୋକ ମୃତ ଦେହଟିକୁ ଦେଖିଥିଲେ । ଏନେଇ ପୁଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ଘଟଣା ସ୍ଥଳରେ ଆଠଗଡ଼ ପୁଲିସ୍ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଚେଦ ପାଇଁ ପଠାଇବା ସହିତ ତଦନ୍ତ କରୁଛି । ତଦନ୍ତ ବେଳେ ମୃତକଙ୍କ ପରିଚୟ ପାଇଥିଲା ପୁଲିସ । ଏନେଇ ମୃତକଙ୍କର ପରିବାରକୁ ପୁଲିସ ଜଣାଇଥିଲା । ପରିବାର ଲୋକ ଘଟଣା ସ୍ଥଳରେ ପହଞ୍ଚି ମେୃତଦେହକୁ ଚିହ୍ନଟ କରିବା ସହିତ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ନିରଞ୍ଜନ ରବିବାର (ଗତକାଲି) ସନ୍ଧ୍ୟାରୁ ବେଳରୁ ନିଖୋଜ ଥିଲେ । ପରିବାର ଲୋକ ଫୋନ୍‌ କରିଥିଲେ ହେଲେ ଫୋନ୍‌ ଲାଗିନଥିଲା । ତେବେ ରାତିରେ ବହୁ ଖୋଜାଖୋଜି କରିଥିଲେ ପରିବାର ଲୋକ । ହେଲେ ଦିର୍ଘ ସମୟ ପଯ୍ୟନ୍ତ ତାଙ୍କୁ ନପାଇବାରୁ ନିରାସ ହୋଇ ଘରକୁ ଫେରିଥିଲେ ପରିବାର ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...