32.9 C
Balāngīr
Wednesday, April 30, 2025

ଜଙ୍ଗଲ ନିଆଁ ଦାଉରୁ ରକ୍ଷା କରିବା ପାଇଁ : ସଚେତନତା କାର୍ଯ୍ୟକ୍ରମ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୦/୦୨) : ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।WhatsApp Image 2025 02 19 at 20.34.36 ଜଙ୍ଗଲ ନିଆଁ ଦାଉରୁ ରକ୍ଷା କରିବା ପାଇଁ : ସଚେତନତା କାର୍ଯ୍ୟକ୍ରମ

ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିଲେ ଏହାକୁ ରୋକିବା କାଠିକର ପାଠ ହୋଇଥାଏ। ଜଙ୍ଗଲରେ ଜୀବଜନ୍ତୁଙ୍କ ଠାରୁ ଆରମ୍ଭ କରି ଜଙ୍ଗଲଯାତ ଦ୍ରବ୍ୟ ପର୍ଯ୍ୟନ୍ତ ବ୍ୟାପକ କ୍ଷୟକ୍ଷତି ହୋଇଥାଏ । ସଚେତନତା ମାଧ୍ୟମରେ ଏହାକୁ ରୋକାଯାଇ ପାରିବ ବୋଲି ଅତିଥିମାନେ ପ୍ରକାଶ କରିବା ସହ ଏ ଦିଗରେ କାର୍ଯ୍ୟକରିବା ପାଇଁ ପରାମର୍ଶ ଦେଇଥିଲେ । ପୂର୍ବରୁ କଲେଜ ଛାତ୍ରୀଛାତ୍ର ଏବଂ ବନ ସଂରକ୍ଷଣ ସମିତି ସଦସ୍ୟଙ୍କୁ ନ଼େଇ ଏକ ସଚେତନତା ରାଲି ରେ ସହର ପରିକ୍ରମା କରିଥିଲା ।

ରାଇକିଆ ରେଞ୍ଜର ଯୁଧିଷ୍ଠିର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏସିଏଫ ଶ୍ୱେତାଲିନ ସାହୁ, ଫାୟାର ମ୍ୟାନ କାଳୁ ଚରଣ ମହାନ୍ତି ଯୋଗ ଦେଇଥିଲେ । ଫରେଷ୍ଟର ଉଷଦ କହଁର, ଫରେଷ୍ଟ ଗାର୍ଡ ଅଙ୍ଗଦ ଦିଗାଲ, ଲିଲି ମଲ୍ଲିକ, ଉର୍ଶିଲା ପ୍ରଧାନ, ନର୍ମଦା ମହାରଣା, ଦୁର୍ଗା ଶଙ୍କର ପ୍ରଧାନ, ଶାନ୍ତନୁ ବ୍ରହ୍ମା, ମୁକେଶ ପ୍ରଧାନ, ରେଜେଶ ମିଶ୍ର ,ପରିଚାଳନା କରିଥିଲେ । ଟିମ ଲିଡର ସଞ୍ଜୟ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଓ ବହୁ ଲୋକ ମାନେ ମଧ୍ୟ ଉପ ସ୍ଥିତ ଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...