32.9 C
Balāngīr
Wednesday, April 23, 2025

ଜନତା ମଇଦାନରେ ଜାନୁୟାରୀ ୨୮ରୁ ଆରମ୍ଭ ହେବ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ; ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ସାମିଲ ହେବେ ୧୨ ଦେଶର ଶିଳ୍ପପତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୧) : ଜାନୁୟାରୀ ୨୮ରୁ ଆରମ୍ଭ ହେବ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ । ୨୮ ଏବଂ ୨୯ରେ ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ ।

ଭୁବନେଶ୍ୱରର ଜନତା ମଇଦାନରେ କରାଯିବ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି ଶିଳ୍ପ ସଚିବ ହେମନ୍ତ ଶର୍ମା । ସେ କହିଛନ୍ତି, ଜାନୁୟାରୀ ୨୮ ଓ ୨୯, ଏଇ ଦୁଇ ଦିନିଆ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । କାର୍ଯ୍ୟକ୍ରମକୁ ଆସୁଥିବା ଅତିଥୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୨୮ ତାରିଖ ଦିନ ଉତ୍କର୍ଷ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ । ଉଦଘାଟନ ପୂର୍ବରୁ ୨୭ ତାରିଖରେ ବିଭିନ୍ନ ତାରିକା ହୋଟେଲରେ ସିଆଇଆଇ ପକ୍ଷରୁ ବଡ଼ ସେକ୍ସନ ଅନୁଷ୍ଠିତ ହେବ । ଏଥିରେ ସିଆଇଆଇର ୨୦୦ କାଉନସିଲର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

୨୮ ତାରିଖ ଦିନ ବଡ଼ ବଡ଼ ଶିଳ୍ପପତି ମାନେ ଉତ୍କର୍ଷ ଓଡ଼ିଶାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ବିଶେଷ କରି ଅଷ୍ଟ୍ରେଲିଆ, ମାଲେସିଆ, ସିଙ୍ଗାପୁର, ଜାପାନର ଶିଳ୍ପପତି ମାନେ ଏଥିରେ ଯୋଗ ଦେବେ । ଉତ୍କର୍ଷ ଓଡ଼ିଶା ପାଇଁ ସାମିଲ ହେଲେ ୧୨ ଦେଶର ଶିଳ୍ପପତି । ବିଶ୍ଚିଷ୍ଟ ଶିଳ୍ପପତିଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।

ତେବେ ଉତ୍କର୍ଷ ଓଡ଼ିଶାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ‘ଉତ୍କର୍ଷ ଓଡ଼ିଶା କେବଳ ପୁଞ୍ଜି ଆକର୍ଷିତ କରିବ ନାହିଁ; ବରଂ ଏକ ପ୍ରମୁଖ ସ୍ଥଳ ଭାବେ ଏହା ନିବେଶକଙ୍କୁ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବାକୁ ସୁଯୋଗ ଦେବ। ଏହା ଆମ ପାଇଁ କେବଳ ସମାବେଶ ନୁହେଁ, ଏହା ଏକ ସଂକଳ୍ପ । ଓଡ଼ିଶା ମାଟିରେ ଏକ ସମୃଦ୍ଧ ବ୍ୟାବସାୟିକ ପରିବେଶ ଗଠନ କରିବା ଆମର ଲକ୍ଷ୍ୟ’ ବୋଲିି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...