32.9 C
Balāngīr
Wednesday, April 23, 2025

ଜନସେବା ଦିବସ ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀ ଙ୍କ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୫/୦୧) :ରାଜ୍ୟ ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଜିଲ୍ଲାପ୍ରଶାସନ ଦ୍ୱାରା ସ୍ଥାନୀୟ ନୂତନ ଟାଉନ ହଲ ଠାରେ ଜନସେବା ଦିବସ ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀ ଙ୍କ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଥିଲା।WhatsApp Image 2025 01 16 at 12.50.25 ଜନସେବା ଦିବସ ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀ ଙ୍କ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ

ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଏହି ଯୋଜନା ଦ୍ୱାରା ହିତାଧିକାରୀଙ୍କ ସାମଗ୍ରିକ ବିକାଶ ହେବା ସହିତ ସେମାନଙ୍କ ଜୀବନ ଧାରଣ କ୍ଷେତ୍ରରେ ଉନ୍ନତି ଆସିପାରିବ ବୋଲି ମତବ୍ୟକ୍ତ କରିଥିଲେ । ବିଶିଷ୍ଟ ଅତିଥି ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା ବ୍ୟକ୍ତବ୍ୟରେ ଯୋଜନାର କାର୍ଯ୍ୟକାରିତା ଦ୍ୱାରା ସମସ୍ତ ହିତାଧିକାରୀଙ୍କ ସାମାଜିକ ଓ ଅର୍ଥନୈତିକ ବ୍ୟବସ୍ଥାରେ ନିଶ୍ଚିତ ସୁଧାର ହୋଇପାରିବ ବୋଲି ମତବ୍ୟକ୍ତ କରି ଯୋଜନାର ପ୍ରଶଂସା କରିଥିଲେ । ଜିଲ୍ଲାରେ ୪୨୭୯ ଜଣ ୮୦ ବର୍ଷରୁ ଉର୍ଦ୍ଧ ବୟସ୍କର ଏବଂ ୧୭୭୧ଜଣ ୮୦ ପ୍ରତିଶତ ବା ତଦୁର୍ଧ୍ଵ ଭିନ୍ନକ୍ଷମ ହିତାଧିକାରୀ ଏହି ଯୋଜନାରେ ସାମିଲ ହୋଇ ଏଣୁ ଏଣିକି ୧୨୦୦ /- ଟଙ୍କା ପରିବର୍ତ୍ତେ ବର୍ଦ୍ଧିତଭତ୍ତା ୩୫୦୦/- ଟଙ୍କା ପାଇବେ । ଆଜି ଅନୁଷ୍ଠିତ ଯୋଜନାର ଶୁଭାରମ୍ଭ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ୧୦୫ ଜଣ ହିତାଧିକାରୀ, ୮୦ ବର୍ଷରୁ ଉର୍ଦ୍ଧ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ଏବଂ ୮୦ ପ୍ରତିଶତ ବା ତଦୁର୍ଧ୍ଵ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଅତିଥିବୃନ୍ଦ ବର୍ଦ୍ଧିତ ଭତ୍ତା ୩୫୦୦/- ଟଙ୍କାର (ନଗଦ ଓ ଡେମୋ ଚେକ୍) ବିତରଣ କରିଥିଲେ ।

କାର୍ଯ୍ୟକ୍ରମରେ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. ପ୍ରଦୀପ କୁମାର ଗୁରୁ, ସୋନପୁର ଉପଜିଲ୍ଲାପାଳ ଡଃ ସୌମ୍ୟା ରୁପା ରଥ, ବିଜେପି ଜିଲ୍ଲା ସଭାପତି ପ୍ରମୋଦ କୁମାର ମହାପାତ୍ର ପ୍ରମୁଖ ଯୋଗଦାନ କରି ହିତାଧିକାରୀଙ୍କୁ ବର୍ଦ୍ଧିତ ଭତ୍ତା ବିତରଣ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦୁର୍ଗା ପ୍ରସାଦ ମହାପାତ୍ର ସଂଯୋଜନା କରିଥିବା ବେଳେ ବି ଏସ ଏସ ଓ ସୋନପୁର ଯୁଧିଷ୍ଠିର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...