32.9 C
Balāngīr
Tuesday, May 13, 2025

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ, ୫ ଜଣ ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭଦ୍ରକ, (୨୨/୦୪) : ଆପ୍ର. : ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ । ଗୋଟିଏ ପରିବାରର ୫ ଜଣ ଗୁରୁତର । ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଭଟସାହି ପଂଚାୟତ ଫଳପୁର ଗାଁ’ରେ ଘଟଣା ଘଟିଛି ।

ଗାଁର ଦୁର୍ଯ୍ୟୋଧନ ବେହେରା ଓ ରବୀନ୍ଦ୍ର ବେହେରାଙ୍କ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଜମିବାଡି ବିବାଦ ରହିଥିଲା । ଗତକାଲି ସନ୍ଧ୍ୟାର ଏହା ଉଗ୍ରରୂପ ନେଇଥିଲା । ଗାଁରେ କୀର୍ତ୍ତନ ଚାଲିଥିବାବେଳେ ଉଭୟ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା । ପରେ ଦୁର୍ଯ୍ୟୋଧନଙ୍କ ପରିବାରକୁ ଆକ୍ରମଣ କରିଥିଲେ ଅପର ପକ୍ଷ। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଧୁଷୁରୀ ଓ ପରେ ଭଦ୍ରକ ଜିଲ୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି । ଗାଁରେ ଧୁଷୁରୀ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...