32.9 C
Balāngīr
Tuesday, July 15, 2025

ଜରାସିଂହା ଶାଶ୍ଵତ ଡିଗ୍ରୀ କଲେଜରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

Must read

ଦେଓଗାଁ, (୧୯/୦୩) : ଦେଓଗାଁ ବ୍ଲକ ଅନ୍ତର୍ଗତ ଜରାସିଂହା ସ୍ଥିତ ଶାଶ୍ଵତ ଡିଗ୍ରୀ ମହାବିଦ୍ୟାଳୟରେ ପ୍ରଥମ ବର୍ଷ ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି ।

ଏହି ଅବସରରେ କଲେଜ ଅଧ୍ୟକ୍ଷ ପୁରୁଷୋତ୍ତମ ମେହେର ସଭାପତିତ୍ୱ କରିଥିବା ବେଳେ ମାଷ୍ଟର ଟ୍ରେନର ପ୍ରେମବତୀ ଜାଲ ଆତ୍ମରକ୍ଷାର କୋଶଳ ସମ୍ବନ୍ଧରେ ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ । କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଖେଳ ଶିକ୍ଷକ ନଳିନୀକାନ୍ତ ପ୍ରଧାନ ସଭା ସଂଯୋଜନା ଦାୟିତ୍ଵ ଗ୍ରହଣ କରିଥିବା ବେଳେ ଅଧ୍ୟାପିକା ତଥା ଆତ୍ମରକ୍ଷା ତାଲିମ ଶିବିରର ସଂଯୋଜକ ସଂଗୀତା ପ୍ରଧାନ ଛାତ୍ରୀମାନଙ୍କୁ ମାନପତ୍ର ପ୍ରଦାନରେ ସହଯୋଗ କରିଥିଲେ ।

ଶେଷରେ ଅଧ୍ୟାପକ ଜଗଦୀଶ ସିଂ ବାବୁ, ବିଷ୍ଣୁଚରଣ ସାହୁ, ଶ୍ରୀନିବାସ ଗଡତ୍ୟା, ବ୍ୟାସଦେବ ଦଣ୍ଡସେନା, ଶ୍ରୀତମ ଯୋଶୀ କାର୍ଯ୍ୟକ୍ରମରେ ନିଜ ନିଜ ବକ୍ତବ୍ୟ ରଖିଥିଲେ । କଲେଜ ଅଧ୍ୟାପିକା ବିନ୍ଦୁ ସାଗର ବେହେରା, ସଂଗୀତା ମେହେର, ନିକିତା ବିଶି ମଞ୍ଚାସୀନ ଥିଲେ । ଶେଷରେ ଅଧ୍ୟାପକ ବିଷ୍ଣୁ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...