32.9 C
Balāngīr
Wednesday, April 30, 2025

ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୦୧/୨୩) : ବୁଧବାର ବିଳମ୍ବିତ ରାତିରେ ଭଦ୍ରକ ଜିଲ୍ଲା ଧୁଷୁରୀ ବଜାରରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ।

ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ । ଅଗ୍ନିକାଣ୍ଡ ପ୍ରଭାବରେ ଦୋକାନରେ ଥିବା ସମସ୍ତ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ସୂଚନା ଅନୁସାରେ, ବୁଧବାର ରାତିରେ ଧୁଷୁରୀ ବଜାରରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନର ମାଲିକ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। କିନ୍ତୁ ଦୋକାନ ଭିତରୁ ଧୂଆଁ ବାହାରିବାରୁ ସ୍ଥାନୀୟ ଲୋକେ ତୁରନ୍ତ ଦୋକାନ ମାଲିକଙ୍କ ସମେତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ । କିନ୍ତୁ ନିଆଁର ପ୍ରକୋପ ଏତେ ଥିଲା ଯେ, କିଛି କ୍ଷଣ ମଧ୍ୟରେ ସାରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

ଅଗ୍ନିଶମ ବାହିନୀ ବହୁ ଚେଷ୍ଟା କରିବା ପରେ ନିଆଁକୁ ଆୟତ୍ତ କରିଥିଲେ । କିନ୍ତୁ ସେତେବେଳକୁ ସବୁ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଥିଲା । ନିଆଁ କାରଣରୁ କେହି ଆହତ ହୋଇନାହାନ୍ତି । ସର୍ଟ ସର୍କିଟ ଯୋଗୁ ଦୋକାନରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିଲେ ମଧ୍ୟ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି ।

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...