32.9 C
Balāngīr
Wednesday, April 23, 2025

ଜହ୍ନିକୁଦା ଘାଟପେଣ୍ଠରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ, ୨ଟି ଘର

Must read

ବ୍ରହ୍ମଗିରି, (୧୧/୦୪) : (୧୧/୦୪) : ଆପ୍ର. : ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ବ୍ରହ୍ମଗିରି କୃଷ୍ଣପ୍ରସାଦ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ହୋଇଛି ।

ଚିଲିକା କୂଳରେ ଥିବା ଜହ୍ନିକୁଦା ଘାଟ ବଜାରରେ ନିଆଁ ଲାଗି ୬ରୁ ଊର୍ଦ୍ଧ୍ବ ଦୋକାନ, ୨ଟି ଘର ପୋଡ଼ି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷ ପୋଡ଼ି ନଷ୍ଟ ହୋଇଛି । ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଦୋକାନ କରି ନିଜ ପରିବାର ଗୁଜୁରାଣ ମେଣ୍ଟାଉ ଥିବା ଏହି ଦୋକାନୀ ମାନଙ୍କୁ ତୁରନ୍ତ ସରକାରୀ ସହାୟତା ଦେବାପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...