32.9 C
Balāngīr
Tuesday, May 13, 2025

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଗୁଣପୁର, (୨୪/୦୪) : ଆପ୍ର. : ଆଜି ଗୁଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଯାଇଛି ।WhatsApp Image 2025 04 24 at 17.58.32 ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

ଏହି ଅବସରରେ ଗୁଣପୁର ଉପ ଜିଲ୍ଲାପାଳ ସୁଶ୍ରୀ କିରନଦୀପ କୌର ସହୋତା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଗୁଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ୱସ୍ତିକ ଜମାଦାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଗୁଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଝିଲି ଶବର, ଉପାଧ୍ୟକ୍ଷ ସୁଦର୍ଶନ ଶବର, ଗୁଣପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ ଯୋଗ ଦେଇଥିଲେ ।

ରାଜ୍ୟ ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନର ସିଧାସଳଖ ପ୍ରସରଣ ଗୁଣପୁର ପଞ୍ଚାୟତର ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ନିମନ୍ତେ ପ୍ରଦର୍ଶନ କରାଯାଇଥିଲା । ନିର୍ବାଚିତ ପ୍ରତିନିଧି ସିଧାସଳଖ ଭାବେ ଲୋକଙ୍କ ସହ ଯୋଡି ହୋଇ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକର ସଫଳ ରୂପାୟନ ନିମନ୍ତେ ପ୍ରତିବଦ୍ଧତା ହେବା ଆବଶ୍ୟକ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ । ଉପାଧ୍ୟକ୍ଷ ଆଦିବାସୀ ଭାଷାରେ ଦିବସ ପାଳନ ବିଷୟରେ ଅଭିଭାଷଣ ରଖିଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ହରେକୃଷ୍ଣ ପଣ୍ଡା, ବିତ୍ତୀୟ ଅଧିକାରୀ ଉମାକାନ୍ତ ସାହୁ, ଭାରପ୍ରାପ୍ତ ପଞ୍ଚାୟତ ଉନ୍ନୟନ ଅଧିକାରୀ ପି ଦିବାକର, ସାମାଜିକ ସୁରକ୍ଷା ଅଧିକାରୀ ସ୍ମୃତି ପ୍ରଭା ପାତ୍ର, ଜଗନ୍ନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ କାଳୀପ୍ରସାଦ ପଣ୍ଡା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଶିଶୁ ବିକାଶ ଯୋଜନା ଅଧିକାରୀ ସୁଷମା ପ୍ରସାଦ ପ୍ରମୁଖ ଯୋଗ ଦେଇଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଅନନ୍ତ ପାତ୍ର ସଂଯୋଜନା କରିଥିବା ବେଳେ ଉମାକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...