32.9 C
Balāngīr
Sunday, April 20, 2025

ଜାନୁଆରୀ ୩୧ରୁ ଫେବୃଆରୀ ୨ ପର୍ଯ୍ୟନ୍ତ ଉତ୍କଳ ମଣ୍ଡପରେ ମୟୁରଭଞ୍ଜ ଉତ୍ସବ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୩୦/୦୧) : ଆଗାମୀ ଜାନୁଆରୀ ୩୧ ତାରିଖରୁ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପି ଭୁବନେଶ୍ୱର ସ୍ଥିତ ଉତ୍କଳ ମଣ୍ଡପଠାରେ ଐତିହାସିକ ମୟୁରଭଞ୍ଜ ଉତ୍ସବ ସ୍ଥାନୀୟ ମୟୁରଭଞ୍ଜ ସାଂସ୍କୃତିକ ସଂସଦ ଦ୍ୱାରା ମହା ସମାରୋହରେ ପାଳନ କରାଯିବ l

ଏହି ଅବସରରେ ଉତ୍ସବ କମିଟିର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ରଥଙ୍କ ସମେତ ସଂସଦର ସାଧାରଣ ସମ୍ପାଦକ ଡକ୍ଟର ରଜନୀ ରଞ୍ଜନ ବିଶ୍ୱାଳ ଯୋଗଦେଇ ଏହି ଉତ୍ସବ କିପରି ଚିତ୍ତାକର୍ଷକ ଭାବେ ପାଳନ କରାଯିବ ସେ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ l ଉକ୍ତ ଉତ୍ସବରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା, କ୍ରୀଡା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ପ୍ରମୁଖଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯିବା ସଙ୍ଗେ ସଙ୍ଗେ ଜାନୁଆରୀ ୩୧ ତାରିଖରେ ଅନୁଷ୍ଠାନିକ ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଉତ୍କଳ ମଣ୍ଡପ ଠାରେ ଉଦଘାଟନ କରିବେ l ମୟୁରଭଞ୍ଜର କଳା, ସଂସ୍କୃତି, ଐତିହ୍ୟ, ସ୍ଥାପତ୍ୟ, ବ୍ୟଞ୍ଜନ ଓ ପର୍ଯ୍ୟଟନର ଭରପୁର ମଜା ଉଠେଇବା ସହିତ ଛଉ, ଝୁମର ନାଚ ସାଙ୍ଗକୁ ବିଶିଷ୍ଟ ସିନେ କଳାକାର ମାନଙ୍କ ଦ୍ୱାରା ପାରିବେଶିତ ରଙ୍ଗାରଙ୍ଗ ସାଂସ୍କୃତିକ ମନୋରଞ୍ଜନ କାର୍ଯ୍ୟକ୍ରମରେ କେମିତି ଜନସାଧାରଣ ଝୁମିବେ l

 

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...