32.9 C
Balāngīr
Monday, April 28, 2025

ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶିବିର ୩୧ ଅଭିଯୋଗ ଦାଖଲ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୦୬/୦୧) : ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 07 at 09.07.38 1 ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶିବିର ୩୧ ଅଭିଯୋଗ ଦାଖଲ

ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣୀରେ ୩୧ଟି ଅଭିଯୋଗ ଦାଖଲ ହୋଇଥିଲା।ଏଥିରେ ୨୩ଟି ବ୍ୟକ୍ତିଗତ ଓ ୮ଟି ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା।ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ କେବଳ ବ୍ଲକର କିଛି କର୍ମଚାରୀ ଓ ଲୋକ ପ୍ରତିନିଧିଙ୍କୁ ଡାକି କିଛି ଦିନ ପୂର୍ବରୁ ପ୍ରସ୍ତୁତି ବୈଠକ ହୋଇଥିଲା । ପ୍ରଚାର ପ୍ରସାର ଅଭାବ ରୁ ସାଧାରଣ ଲୋକ ଜାଣିପାରୁନଥିବାରୁ ଯୁଗ୍ମ ଅଭିଯୋଗ ଶିବିର ରେ ବହୁତ କମ ସଂଖ୍ୟା ଅଭିଯୋଗ ଆସିଥିଲା । ପୂର୍ବ ଯୁଗ୍ମ ଜନ ଶୁଣାଣି ଶିବିରରେ କରିଥିବା ଅଭିଯୋଗ ଗୁଡିକ ସମାଧାନ ହେଇନଥିବା ଅଭିଯୋଗ ହୋଇଥିଲା ।

ଏହି ଶିବିରରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଈଶାଳୱାର, ଆରକ୍ଷୀ ଅଧିକ୍ଷକ ୠଷିକେଶ ଖିଲାରୀ ଦ୍ୟାନଦେଓ,ଏପିଡି ତରଣି ସୁନା,ଉପଜିଲ୍ଲାପାଳ ରେହାନ କ୍ଷେତ୍ରୀ, ବିଡ଼ିଓ ବାସନ୍ତୀ ସେଠୀ, ତହସିଲଦାର ଜଗଦୀଶ କର୍ତ୍ତାମୀ, ଆକାଉଣ୍ଟ ଅଫିସର ଘେନୁରାମ ତାଣ୍ଡି, ସିଡ଼ିପିଓ ପୂର୍ଣ୍ଣିମା ବୈଠାରୁ,ଆଇଆଇସି ସିପୋରା ସରାୟ ଲୁଗୁନ, ଏଇଇ ଅବିନାଶ ମୁଦିଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏ ସମ୍ପର୍କରେ ବିଡ଼ିଓ ବାସନ୍ତୀ ସେଠୀଙ୍କୁ ପଚାରିବାରୁ ପଞ୍ଚାୟତସ୍ତରୀୟ ଶିବିରରେ ଲୋକେ ଆବାସ ଗୃହ, ରାସନ କାର୍ଡ ଓ ଭତ୍ତା ଭଳି ଅଭିଯୋଗ କରି ସାରିଥିବାରୁ ପଞ୍ଚାୟତ ସ୍ତରରେ ଜଣଶୁଣାଣି କରାଯାଉଥିବାରୁ ସଂଖ୍ୟା କମ ରହୁଥିବା ପ୍ରକାଶ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...