32.9 C
Balāngīr
Saturday, July 12, 2025

ଜିଲ୍ଲାରେ ଟ୍ରାଫିକ ନିୟମ କଡାକଡ଼ି ପାଳନ କରାଯିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

Must read

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ,(୨୩/୧୦) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସଡକ ସୁରକ୍ଷା ସମିତି ବୈଠକ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଛି । ଜିଲ୍ଲାରେ ଟ୍ରାଫିକ ନିୟମ କଡାକଡ଼ି ପାଳନ କରାଯିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ହୋଇଛି |WhatsApp Image 2021 10 24 at 9.04.43 AM 1 ଜିଲ୍ଲାରେ ଟ୍ରାଫିକ ନିୟମ କଡାକଡ଼ି ପାଳନ କରାଯିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଜିଲ୍ଲାରେ ଦିନ କୁ ଦିନ ବୃଦ୍ଧି ପାଉଥିବା ସଡକ ଦୁର୍ଘଟଣା ଆଉ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା କେବଳ ପ୍ରଶାସନ ପାଇଁ କାହିଁକି ଜିଲ୍ଲାବାସୀଙ୍କ ପାଇଁ ମଧ୍ୟ ଏକ ଚିନ୍ତାର ବିଷୟ ପାଲଟିଛି । ତେଣୁ ଜିଲ୍ଲାରେ ଟ୍ରାଫିକ ନିୟମ କଡାକଡ଼ି ପାଳନ କରାଯିବା ଉଚିତ | ଏହା ସହିତ ଜିଲ୍ଲାରେ ରହିଥିବା ଦୁର୍ଘଟଣା ପ୍ରବଣ ଅଞ୍ଚଳକୁ ଚିହ୍ନଟ କରିବାରେ ବିଫଳ ହୋଇଛି ବିଭାଗ ।

ନିଶା ସେବନ କରି ଗାଡ଼ି ଚାଳନା, ମୋବାଇଲ ଫୋନ ବ୍ୟବହାର କରିବା, ହେଲମେଟ ଓ ସିଟବେଲ୍ଟ ନ ପିନ୍ଧିବା ଏବଂ ଟ୍ରାଫିକ ନିୟମ ନ ମାନିବା ଦୁର୍ଘଟଣାର ପ୍ରମୁଖ କାରଣ । ଏସବୁ ଅଣଦେଖା କରାଯାଉଥିବାରୁ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା l

ଅନ୍ୟ ପଟେ ଜିଲ୍ଲାରେ ଦୁର୍ଘଟଣା ମାମଲା ଏବଂ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା କୁ କମାଇବା ପାଇଁ ଏଣିକି ଟ୍ରାଫିକ ନିୟମକୁ କଡାକଡି ଭାବେ ପାଳନ କରିବା ପାଇଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର । ଟ୍ରାଫିକ୍ ନିୟମ ଉଲଂଘନକାରୀଙ୍କୁ ଧରାଯାଇ ୫ ହଜାର ଟଙ୍କା ଲେଖାଏଁ ତଣ୍ଡ ଆଦାୟ କରିବାକୁ ଜିଲାପାଳ ଆଞ୍ଚଳିକ ପରିବହନ ବିଭାଗ ଓ ଜିଲ୍ଲା ପୋଲିସକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି ।

ବୌଦ୍ଧ ସହରର ଏନଏସି ଛକଠାରେ ସ୍ଥାପିତ ନୂତନ ଟ୍ରାଫିକ ସିଗନାଲକୁ ସକାଳ ୯ ଟା ଠାରୁ ରାତ୍ରି ୯ ଟା ପର୍ଯ୍ୟନ୍ତ କାର୍ଯ୍ୟକାରୀ କରିବା, ଜାତୀୟ ରାଜପଥରେ ସମସ୍ତ ଦୁର୍ଘଟଣାସ୍ଥଳକୁ ଚିହ୍ନଟ କରାଯାଇ ଗତି କମାଇବାକୁ ଗାଡିଚାଳକ ମାନଙ୍କ ପାଇଁ ସୂଚନା ଫଳକ ଲଗାଇବା ଓ ବିପଦଜନକ ସ୍ଥାନରେ ରମ୍ବଲର ନିର୍ମାଣ କରାଇବା, ବୌଦ୍ଧ ଏନଏସି ଛକ, ମହାନଦୀ ବ୍ରିଜ ଛକ ଓ ଜାମୁଛକଠାରେ ସିସିଟିଭି କ୍ୟାମେରା ଲଗାଇବା ଓ ଗୃହରକ୍ଷୀ ମାନଙ୍କୁ ଟ୍ରାଫିକ୍ ପରିଚାଳନା ସଂପର୍କରେ ତାଲିମ ପ୍ରଦାନ କରିବାକୁ ଅନୁଷ୍ଠିତ ସଡକ ସୁରକ୍ଷା ସମିତି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିବା ଜଣାପଡିଛି ।

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ଚିକିତ୍ସାଳୟ ପର୍ଯ୍ୟନ୍ତ ପହଞ୍ଚାଇବା ବ୍ୟକ୍ତି ବିଶେଷଙ୍କୁ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ ପାଇଁ ସରକାର ଘୋଷଣା କରିଥିବାବେଳେ ଏହାର ପ୍ରଚାର ପ୍ରସାର ଉପରେ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା ।

ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି, ଅତିରିକ୍ତ ଜିଲାପାଳ ଅଶ୍ୱନୀ କୁମାର ମେହେର, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶିକା ବବିତା ରାଣୀ ଦଳବେହେରା, ଜୁନିୟର ଏମଭିଆଇ ପ୍ରମୋଦ କୁମାର ସିଂହ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶାନ୍ତନୁ କୁମାର ନାଏକ, ବୌଦ୍ଧ ଏନଏସି ନିର୍ବାହୀ ଅଧିକାରୀ ଇଂ. ମନୋରଞ୍ଜନ ପଣ୍ଡା, ବୌଦ୍ଧ କଲେଜ ଏନସିସି ଅଧିକାରୀ ପ୍ରାଧ୍ୟାପକ ଡଃ. ମହେନ୍ଦ୍ର ନାଥ ଦେବତା, ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂ, ସଡକ ସୁରକ୍ଷା କମିଟି ସଦସ୍ୟ ଶଶାଙ୍କ ଶେଖର ମିଶ୍ରଙ୍କ ସମେତ ଜାତୀୟ ରାଜପଥ ଓ ଆଞ୍ଚଳିକ ପରିବହନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିବା ନେଇ ପ୍ରଶାସନ ପକ୍ଷରୁ ସୁଚନା ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...