32.9 C
Balāngīr
Saturday, April 26, 2025

ଜିଲ୍ଲାରେ ପରିକ୍ରମା କରିବ ଶ୍ରମିକ ସଚେତନତା ରଥ : ଶୁଭାରମ୍ଭ କଲେ ଜିଲ୍ଲାପାଳ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୩/୦୨) : ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ଓ ଶ୍ରମ ଆଇନରେ ଥିବା ଅଧିକାର ଏବଂ ସୁବିଧା-ସୁଯୋଗ ଉପରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି ।WhatsApp Image 2025 02 13 at 20.06.57 ଜିଲ୍ଲାରେ ପରିକ୍ରମା କରିବ ଶ୍ରମିକ ସଚେତନତା ରଥ : ଶୁଭାରମ୍ଭ କଲେ ଜିଲ୍ଲାପାଳ

ଉଭୟ ଭାରତ ସରକାର ଏବଂ ଓଡିଶା ସରକାର ତରଫରୁ ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ପାଇଁ ରହିଥିବା ସାମ୍ବିଧାନିକ ଅଧିକାର ସହ ଅନ୍ୟାନ୍ୟ ସୁବିଧା ଓ ସୁଯୋଗ ଉପରେ ଜିଲ୍ଲାର ସମସ୍ତ ଶ୍ରମିକ ତଥା ଜନସାଧାରଣଙ୍କୁ ସଚେତନତା କରାଇବ ଏହି ଶ୍ରମିକ ସଚେତନତା ରଥ। ପ୍ରଭାଗୀୟ ଶ୍ରମ ଆୟୁକ୍ତ ତଥା ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖାଙ୍କ ତତ୍ୱାବଧାନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଶ୍ରମିକ ସଚେତନତା ପ୍ରଚାର ରଥକୁ ଜିଲ୍ଲାପାଳ ଅନ୍ୟା ଦାସ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ ।

ଉପଜିଲ୍ଲାପାଳ ଡ. ସୌମ୍ୟାରୁପା ରଥ ତଥା ଜିଲ୍ଲାସ୍ତରୀୟ ଅଧିକାରୀ, ବିଭଗୀୟ ଅଧିକାରୀ, କର୍ମଚାରୀ ସହ, ଜିଲ୍ଲା ଶ୍ରମିକ ସଂଘ ର କର୍ମକର୍ତ୍ତା, ପ୍ରମୁଖ ଉପସ୍ଥିତ ଥିଲେ ।ଏହି ସଚେତନତା ରଥ ଜିଲ୍ଲାର ୬ଟି ବ୍ଲକର ପ୍ରମୁଖ ସ୍ଥାନ ସହ ଜିଲ୍ଲାର ବିଭିନ୍ନ ବ୍ଲକର ଶ୍ରମିକ ଚାଲାଣ ପ୍ରବଣ ଅଞ୍ଚଳ ପରିକ୍ରମା କରିବା ସହ ଜନସାଧାରଣଙ୍କୁ ପ୍ରବାସୀ ଶ୍ରମ ଆଇନ ତଥା ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନା ଓ ଅଧିକାର ଉପରେ ସଚେତନ କରିବ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...