32.9 C
Balāngīr
Tuesday, May 20, 2025

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାରିପଦା, (୦୪/୦୧) : ଚାଷ ହେଉଛି ମୟୂରଭଞ୍ଜର ଅର୍ଥନୀତି । କୃଷି ହିଁ ଏଠାକାର ସାଂସ୍କୃତିକ ଓ ସାମାଜିକ ଏକତାର ମୂଳ ଉପାଦାନ ।

ମୟୂରଭଞ୍ଜର ଜନସାଧାରଣ ବିଶେଷ ଭାବରେ ‘ଅନ୍ନଦାତା’ଙ୍କ ପାଖରେ ଆଧୁନିକ କୃଷି ଯନ୍ତ୍ରପାତି ପହଞ୍ଚାଇବା ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶୁକ୍ରବାର ଦିନ ଜିଲ୍ଲା ସଦର ମହକୁମା ବାରିପଦା ସ୍ଥିତ ଛଉ ପଡିଆ ଠାରେ ଉଦ୍‌ଘାଟିତ ହୋଇଯାଇଛି । ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ମେଳାର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଲୋକସଭା ସାଂସଦ ନବଚରଣ ମାଝୀ ମୁଖ୍ୟ ଅତିଥି ରୂପରେ ଯୋଗଦାନ କରି ଏହି ମେଳାକୁ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ସାରସକଣା, ଭାଦବ ହାଁସଦା, ନଗରପାଳ, ବାରିପଦା ପୌରପାଳିକା, କୃଷ୍ଣାନନ୍ଦ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଜ୍ଞାନ ବଲ୍ଲଭ ଦାସ, କୃଷି ନିର୍ବାହୀ ଯନ୍ତ୍ରୀ ଶ୍ରୀନିବାସ ପୃଷ୍ଟି ପ୍ରମୁଖ ମଂଚାସୀନ ଥିଲେ ।

“ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା, ୨୦୨୫ – ୨୬” ରେ ସାଂସଦ ଶ୍ରୀ ମାଝୀ ଚାଷୀମାନଙ୍କୁ ଆଧୁନିକ କୃଷି ଉପକରଣ ପ୍ରଦାନ କରିଛନ୍ତି । ବିଭିନ୍ନ ରକମର ଚାଷ କରୁଥିବା ଚାଷୀ, ଓ ସଂସ୍ଥାମାନଙ୍କୁ ପୁରସ୍କୃତ କରିବା ସହ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ମୟୂରଭଂଜ ସମେତ ଓଡ଼ିଶାର ଚାଷ ଓ ଚାଷୀଙ୍କୁ ଅଧିକରୁ ଅଧିକ ସଶକ୍ତ କରିବା ପାଇଁ ଡବଲ ଇଞ୍ଜିନ ସରକାର ନିରନ୍ତର ପ୍ରୟାସ କରଛନ୍ତି ।

ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି । ଓଡ଼ିଶାର ଚାଷୀମାନଙ୍କର ହିତ ପାଇଁ କ୍ୱିଣ୍ଟାଲ ପିଛା କେନ୍ଦ୍ର ସରକାରଙ୍କ ଧାନର ଏମଏସପି ୨୩୦୦ ଟଙ୍କା ଉପରେ ଅଧିକ ୮୦୦ ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ତଥା ସମୁଦାୟ ୩୧୦୦ ଟଙ୍କା ପ୍ରଦାନର ଶୁଭାରମ୍ଭ ହୋଇଛି । ମୟୂରଭଂଜ ଜିଲ୍ଲାରେ ଅଧିକ ଧାନ କିଣାଯିବା ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ସୁଭଦ୍ରା ଯୋଜନାରେ ମାଆ ଭଉଣୀମାନଙ୍କୁ ସିଧାସଳଖ ଡିବିଟି ସାହାଯ୍ୟରେ ଆର୍ଥିକ ସହାୟତା ମିଳିବା ଦ୍ୱାରା ସେମାନେ ସଶକ୍ତ ହେଉଛନ୍ତି ବୋଲି ଶ୍ରୀ ମାଝୀ ନିଜ ବକ୍ତବ୍ୟରେ କହିଛନ୍ତି ।

ନିଜ ଅଭିଭାଷଣରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଦାସ କହିଥିଲେ ଯେ, ଚାଷ ସମେତ ମୟୂରଭଂଜରେ ସବାଇଘାସ, ଷ୍ଟ୍ରବେରି ଓ ଅନ୍ୟାନ୍ୟ କୁଟୀର ଶିଳ୍ପ ସମୂହ ଅଛି । ମୟୂରଭଂଜକୁ ଆଧୁନିକ କୃଷି ଅର୍ଥନୀତି ଭାବେ ଗଢି ତୋଳିବା ପାଇଁ ଆମର ଉଦ୍ୟମ ଜାରି ରହିଛି । ସୁନ୍ଦର, ସମୃଦ୍ଧ ଏବଂ ସମ୍ପନ୍ନ ସମ୍ବଲପୁର ତିଆରି କରିବା ଆମର ଲକ୍ଷ୍ୟ ରହିଥିବା ବେଳେ ଚାଷ ଏହାର ମୂଳଦୂଆ ଭାବେ କାମ କରିବ । ଚାଷୀ, ମହିଳା, ଯୁବ, ପଛୁଆ ବର୍ଗର ଲୋକମାନେ ଏ ସବୁ କ୍ଷେତ୍ରରେ ନେତୃତ୍ୱ ନେବେ ବୋଲି ସେ କହିଛନ୍ତି । ୪ ଦିନ ଦିବସ – ସନ୍ଧ୍ୟା ବ୍ୟାପି ହେବାକୁ ଥିବା ଏହି ମେଳାରେ ୩୦ଟି ଷ୍ଟଲରେ କୃଷି ଯନ୍ତ୍ରପାତି ବିକ୍ରୟ ହେବା ସହିତ ପ୍ରତ୍ୟେକ ଦିନ ଚାଷୀ ଭାଇ ଭଉଣୀମାନଙ୍କ ନିମନ୍ତେ ବୈଷୟିକ ଜ୍ଞାନ ଚକ୍ର ଆୟୋଜନ ହେବାର ବ୍ୟବସ୍ଥା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ହେବାର ବ୍ୟବସ୍ଥା କରାଯାଇଛି ।

ଆଜିର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଚାଷରେ ସଫଳତା ପାଇଥିବା ଚାଷୀମାନଙ୍କୁ ଜିଲ୍ଲା କୃଷି ଅନୁଭାଗ ପକ୍ଷରୁ ପୁରସ୍କୃତ କରାଯାଇଥିଲା । ସେମାନଙ୍କ ମଧ୍ୟରେ ରାକ୍ଷୀ ପାଣି, ପ୍ରଫୁଲ୍ଲ ମଢୁଆଳ, ମନୋରଞ୍ଜନ ରାଉତ, ଭାଗବତ ପତ୍ର ଓ ରଂଜିତା ଗିରି ପ୍ରମୁଖ ମୁଖ୍ୟ ଅତିଥିଙ୍କ ପାଖରୁ ପୁରସ୍କୃତ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ କୃଷି ଉପ ନିର୍ଦ୍ଦେଶିକା ସୁଶ୍ରୀ ମଧୁସ୍ମିତା ଜେନା ମଂଚ ପରିଚାଳନା କରିକହିଥବା ବେଳେ, ଅତିରିକ୍ତ କୃଷି ଅଧିକାରୀ ସୁଧାଂଶୁ ଶେଖର ପଣ୍ଡା କାର୍ଯ୍ୟକ୍ରମ ସଂଚାଳନା କରିଥିଲେ । ୮୦୦ରୁ ୧୦୦୦ ଜଣ ଚାଷୀଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...