32.9 C
Balāngīr
Tuesday, July 15, 2025

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

Must read

ରିପୋର୍ଟ : ରବିଶଙ୍କର ମହାପାତ୍ର
କୋରାପୁଟ, (୧୬।୧) : ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉତ୍ସବ ପାଳନ ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା।ପୂର୍ବରୁ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ବକୃତା, ଦେଶାତ୍ମବୋଧକ ସଂଗୀତ, କୁଇଜ୍ ଓ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯିବ । ୨୫ ତାରିଖ ଦିନ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଆଲୋକୀକରଣ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ସାଧାରଣତନ୍ତ୍ର ପାଳନ ଅବସରରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯିବ ତେଣୁ ସମସ୍ତ ସ୍ବେଚ୍ଛାକୃତ ରକ୍ତଦାନ କରିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି । ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକମ କରାଯିବ। ୨୨ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଅଭ୍ୟାସଗତ ପ୍ୟାରେଡ ଆୟୋଜନ କରାଯିବ ।

୨୬ ତାରିଖ ଦିନ ସକାଳ ୫ ଘଟିକା ସମୟରେ ଡାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୂନ ଗାନ,ସକାଳ ୭ଟା ସମୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୮ଟା ୩୦ ମିନିଟରେ ପୁଲିସ ପଡିଆ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ ବୋଲି ନିଷ୍ପତି ନିଆଯାଇଛି । କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ପ୍ରଜ୍ଞାପନ ମେଢ ପ୍ରଦର୍ଶିତ କରାଯିବାକୁ ନିଷ୍ପତି ନିଆଯାଇଛି ।

ବୈଠକରେ କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, ଜିଲ୍ଲା ବିଜେପି ସଭାପତି ସୁମନ୍ତ କୁମାର ପ୍ରଧାନ ,ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, ଜିଲ୍ଲା ପୁଲିସ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ ସୀସା ଯୋଗଦେଇ ପରିଚାଳନା କରିଥିବା ବେଳେ କାର୍ଯ୍ୟାଳୟର ଏ କେ ବେହେରା, ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...