32.9 C
Balāngīr
Sunday, April 20, 2025

ଜିଲ୍ଲାସ୍ତରୀୟ ହସ୍ତଶିଳ୍ପ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୧/୦୩) : ସୁବର୍ଣ୍ଣପୁର ଜିଲ୍ଲା ହସ୍ତଶିଳ୍ପ ମ୍ୟାନେଜର କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ହସ୍ତଶିଳ୍ପ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।

ଉପନିର୍ଦ୍ଦେଶକ (ହସ୍ତଶିଳ୍ପ) ବନମାଳୀ ଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଲିଡ଼ ବ୍ୟାଙ୍କ ମ୍ୟାନେଜର କାର୍ତ୍ତିକେଶ୍ୱର ପଣ୍ଡା, ଡିଡିଏମ ନାବାର୍ଡ ଡା. ସତ୍ୟ ସ୍ବରୂପ ବିଦାନ୍ତ, ଉପନିର୍ଦ୍ଦେଶକ (ବୟନଶିଳ୍ପ) ବିନାୟକ ପୃଷ୍ଟି, ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଯମୁନା ପ୍ରଧାନ, ଶିଳ୍ପ ବିକାଶ ଅଧିକାରୀ ଅଭିଜିତ ତ୍ରିପାଠୀ ପ୍ରମୁଖ ଯୋଗଦେଇ ହସ୍ତଶିଳ୍ପ କାରିଗରଙ୍କ ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୪୦ ଜଣ କାରିଗର ଯୋଗ ଦାନ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ୨୦ ଜଣ ରୁ ଉର୍ଦ୍ଧ କାରିଗରଙ୍କୁ କାରିଗର ପରିଚୟ ପତ୍ର ପ୍ରଦାନ କରାଯାଇଥିବା ବେଳେ ୦୫ ଜଣ ହସ୍ତଶିଳ୍ପ କାରିଗରଙ୍କୁ କର୍ମଶାଳା ତିଆରି ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ହସ୍ତଶିଳ୍ପ ବିକାଶ ଅଧିକାରୀ ଦେବାଶିଷ ମିଶ୍ର ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଆଦିତ୍ୟ ନାରାୟଣ ଦାସ, ଦ୍ରୋଣ ବାରିକ, ଆକାଶ ବିଦ୍ୟାଧର, ଏବଂ ଜିତେଶ ଠାକୁର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...