32.9 C
Balāngīr
Wednesday, April 30, 2025

ଜିଲ୍ଲା ସ୍ତରୀୟ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ରାୟଗଡା, (୧୩/୦୪) : ଆପ୍ର. : ରବିବାର ଦିନ ଦଶ ଘଟିକା ସମୟରେ ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 04 13 at 19.25.09 ଜିଲ୍ଲା ସ୍ତରୀୟ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଆ ପକ୍ଷ ପାଳନ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାର ଗୋଟି ସ୍ବୟଂ ସହାୟକ ଗୋଷ୍ଠୀ ଅଂଶ ଗ୍ରହଣ କରିଥିଲେ । ବିଭିନ୍ନ ସୁସ୍ବାଦ ଖାଦ୍ୟର ପ୍ରଦର୍ଶନ କରି ଓଡ଼ିଆ ଖାଦ୍ୟପ୍ରେମୀଙ୍କ ମନ ମୋହିଥିଲେ । ଉଦଘାଟନୀ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ ଯୋଗଦେଇ ଖାଦ୍ୟ ପସରାଗୁଡିକୁ ବୁଲି ପାରମ୍ପରିକ ଖାଦ୍ୟର ମାନ ଓ ସ୍ବାଦ ପରଖିବା ସହ ସ୍ବଂୟ ସହାୟିକା ଗୋଷ୍ଠୀର ଏତଦ ପ୍ରୟାସ ପାଇଁ ଭୂୟଷୀ ପ୍ରଶଂସା କରିଥିଲେ । ଉଦଯାପନୀ ଉତ୍ସବରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିମାରାଣୀ ଦାସ, ପ୍ରକଳ୍ପ ଅଧିକାରୀ ଶୈଳଜା ଦାସ, ରାୟଗଡା ସିଡିପିଓ ମୀନାକ୍ଷୀ ଦାଶ, କୋଲନରା ସିଡିପିଓ ବିଜୟଲକ୍ଷ୍ମୀ ନିଶଙ୍କ,ଜିଲ୍ଲା ମିଶନ ଶକ୍ତି ଆକାଉଣ୍ଟାଣ୍ଟ ସାରଙ୍ଗ ଶବର, ରାୟଗଡ ବ୍ଲକ ମିଶନ ଶକ୍ତି ସଂଯୋଜିକା ପ୍ରିୟଙ୍କା ମୁଲିୟା ଓ ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ ।WhatsApp Image 2025 04 13 at 19.25.10 ଜିଲ୍ଲା ସ୍ତରୀୟ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ଷ୍ଟଲ ଗୁଡିକର ମୂଲ୍ୟାୟନ କରାଯାଇଥିଲା । ଓଁ ସାଇ ଏସଏଚଜି, ଦାମୋଦର ଏସଏଚଜି ଓ ମାଁ ହିଙ୍ଗୁଳା ଏସଏଚଜି ଯଥାକ୍ରମେ ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବାରୁ ପୁରସ୍କୃତ କରାଯିବା ସହ ସଭିଙ୍କୁ ଅଂଶଗ୍ରହଣ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସଂସ୍କୃତି ଭବନ ପରିସରରେ ଝୋଟି, ଚିତା ଓ ହୁଳହୁଳି ପ୍ରତିଯୋଗିତାମାନ ଆୟୋଜିତ କରାଯାଇ ସଭିଙ୍କୁ ଅଂଶଗ୍ରହଣ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କୃତି ପ୍ରତିଯୋଗୀଙ୍କୁ ପରବର୍ତ୍ତି ଦିନ ରାୟଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ପୁରସ୍କାର ବିତରଣ କରାଯିବ ବୋଲି ସଂସ୍କୃତି ଅଧିକାରୀ ପ୍ରକାଶ କରିଛନ୍ତି । ସଂସ୍କୃତି ଅଧିକାରୀ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଏବଂ ଶିକ୍ଷକ ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...