32.9 C
Balāngīr
Tuesday, May 20, 2025

ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୁବର୍ଣ୍ଣପୁର, (୧୭/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସେମିନାର ପ୍ରକୋଷ୍ଠ, ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରି ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 04 17 at 20.41.17 ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ

ଏହି ପରିପ୍ରେକ୍ଷୀରେ ମାତୃ ଓ ଶିଶୁ ସ୍ଵାସ୍ଥ୍ୟ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ମହିଳା ମାନଙ୍କ ଗର୍ଭଧାରଣ ର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ତଥା ଶିଶୁ ଜନ୍ମର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ଠିକ ଭାବରେ କରିବା ଓ ସ୍ତନ୍ୟପାନ ତଥା ସମ୍ପୂର୍ଣ୍ଣ ଟୀକା କରଣ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତୃ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ଉପରେ ବୁଝାଇ ଥିଲେ । ଉକ୍ତ ସଭା ରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ଡ଼ା ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା ପ୍ରକାଶ ଦନଶନା ଓ ଡ଼ା ମାନସ ରଞ୍ଜନ ଦଣ୍ଡପାଟ ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l

ଅତିଥି ବୃନ୍ଦ କୁଇଜ୍ ପ୍ରତିଯୋଗୀ ୧୦ ଜଣ କୃତୀ ମା ମାନଙ୍କୁ ପୁରସ୍କୃତ କରିଥିଲେ। ଉକ୍ତ ସଭାରେ PNC ମା , ଆଶାକର୍ମୀ ,ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ବରିଷ୍ଠ ସେବିକା ଇନ୍ଦୁ ରେଖା ବେହେରା ଓ ଶର୍ମିଲା ପଟ୍ଟନାୟକ କାର୍ଯ୍ୟକ୍ରମ କୁ ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ବୃନ୍ଦାବନ ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...