32.9 C
Balāngīr
Tuesday, May 13, 2025

ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସୁବର୍ଣ୍ଣପୁର ,(୨୫/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ତାଲିମ ଗୃହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 04 26 at 08.23.12 ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ

ଏହି ପରିପ୍ରେକ୍ଷୀରେ ଆମେ ସମସ୍ତେ ମଶାରୀ ବ୍ୟବହାର କରିବା ଓ ଯଦି ରକ୍ତ ପରୀକ୍ଷା ପରେ ମ୍ୟାଲେରିଆ ରୋଗ ଜଣା ପଡ଼ିଲା ତେବେ ବିଳମ୍ବ ନ କରି ସଙ୍ଗେ ସଙ୍ଗେ ପୂର୍ଣ୍ଣ ମାତ୍ରା ରେ ଔଷଧ ସେବନ କଲେ ମ୍ୟାଲେରିଆ ରୋଗ ରୁ ମୁକ୍ତି ପାଇବା ଓ ମ୍ୟାଲେରିଆ ନିରାକରଣ ହୋଇ ପାରିବା ଉପରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ସୁବର୍ଣ୍ଣପୁର ପୌର ପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀ ଓ ଜିଲ୍ଲା କର୍ଯ୍ୟ ପରିଚାଳକ ବିଶ୍ବମ୍ବର ବେହେରା ପ୍ରମୁଖ ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l

ଉକ୍ତ ସଭାରେ ସରକାରୀ ନର୍ସିଂ ସ୍କୁଲ ଅଧ୍ୟକ୍ଷ,ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ମ୍ୟାଲେରିଆ ପରାମର୍ଶ ଦାତା ଚନ୍ଦ୍ରଶେଖର ମିଶ୍ର, ଦେବାଶିଷ ବାରିକ, ବାସୁଦେବ ଜଗଦଲା କାର୍ଯ୍ୟକ୍ରମ କୁ ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...