32.9 C
Balāngīr
Sunday, April 20, 2025

ଜିଲ୍ଲା ସ୍ତରୀୟ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ର ଶୁଭାରମ୍ଭ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର , (୦୭/୧୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସଭା ଗୃହ ନୂତନ ଜିଲ୍ଲା ସ୍ଵାସ୍ଥ୍ୟ ଚିକିତ୍ସାଳୟ ଠାରେ ଜିଲ୍ଲା ସ୍ତରୀୟ ଟିବି ମୁକ୍ତ ଭାରତ ଅଭିଯାନ ର ଶୁଭାରମ୍ଭ -୨୦୨୪ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l

ଉକ୍ତ ସଭା ରେ ଜିଲ୍ଲା ପରିଷଦ ସଭାପତି ସୂପାର ଠେଲା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଅତିରିକ୍ତ ଜ଼ିଲ୍ଲାପାଳ ରାଜେନ୍ଦ୍ର ମାଝୀ , ବଲାଙ୍ଗୀର ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ଶରତ ଚନ୍ଦ୍ର ଶତପଥୀ , ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା. ମନୋଜ କୁମାର ଅଦାବର, ଅଧ୍ୟକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା. ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଭି ବି ଡି )ଡ଼ା.ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ (ଟି ବି )ଡ଼ା. ପଦ୍ମହଂସ୍ ଦୋରା,ଜିଲ୍ଲା ମଙ୍ଗଳ ଅଧିକାରୀ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଓ ଜିଲ୍ଲା କାର୍ଯ୍ୟ ସଂଯୋଜକ ବିଶ୍ବମ୍ବର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଯକ୍ଷ୍ମା ରୋଗ ର ଲକ୍ଷଣ,ଚିହ୍ନଟ କରଣ କରି ତୁରନ୍ତ ପୂର୍ଣ୍ଣ ମାତ୍ରାରେ ଔଷଧ ସେବନ କରି ରୋଗୀ କୁ ପ୍ରତି ପଦକ୍ଷେପ ରେ ନିକ୍ଷୟ ମିତ୍ର ହୋଇ ସହଯୋଗ ପ୍ରଦାନ କରି ୨୦୨୫ ସୁଦ୍ଧା ଟିବି ମୁକ୍ତ ଭାରତ ଗଠନ ନିମନ୍ତେ ଜନସଚେତନା ସୃଷ୍ଟି କରିବା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ lf27eaecd 4347 466f b459 8282a80fcab5 ଜିଲ୍ଲା ସ୍ତରୀୟ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ର ଶୁଭାରମ୍ଭ

ଅତିଥି ବୃନ୍ଦ ୨ଟି ସଚେତନତା ଭ୍ୟାନ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଯାହାକି ସୁବର୍ଣ୍ଣପୁର ଜିଲ୍ଲା ର ପ୍ରତ୍ୟେକ ଗ୍ରାମ କୁ ଟିବୀ ମୁକ୍ତ ଭାରତ ଗଠନ ଲକ୍ଷ୍ୟରେ ସଚେତନତା ବାର୍ତ୍ତା ପହଞ୍ଚାଇବାରେ ସହାୟକ ହୋଇ ପାରିବ । ଉକ୍ତ ସଭାରେ ଆଶା,ଏ ଏନ ଏମ ଛାତ୍ରୀ , ନର୍ସିଂ ଅଫିସର ସମସ୍ତ କଂସଲ୍ଟାଣ୍ଟ,,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ ।ଉକ୍ତ କାର୍ଯକ୍ରମ କୁ ପ୍ରଦୀପ କୁମାର ସାହୁ,ସୁଧାଂଶୁ ନାୟକ, ବି କେ ସାଗରିକ।,ସୋଭନା ଦାସ , ତରଣୀ ସେନ ପ୍ରଧାନ ଓ ଗୀତା ଞ୍ଜଳି ମେହେର , ଜ୍ଞାନ ଜିତ୍ ଶତପଥୀ ତଥା ଏନ ଟି ଇ ପି ର ସମସ୍ତ କର୍ମକର୍ତ୍ତା ପୂର୍ଣ୍ଣ ସହଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଡି ପି ସି ଏନ ଟି ଇ ପି ସମୀର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...