32.9 C
Balāngīr
Sunday, April 20, 2025

ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ତଥା ପ୍ରତିଯୋଗିତା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର , (୧୨/୧୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ତଥା ରାଜ୍ୟ ସ୍ତରରେ ଅନୁଷ୍ଠିତ ଜାତୀୟ ଯୁବ ଉତ୍ସବ ୨୦୨୫ ରେ ଜିଲ୍ଳାରୁ ପ୍ରତିନିଧିତ୍ୱ କରିବାପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝିଙ୍କ ପୌରାହିତ୍ୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ପରିପ୍ରେକ୍ଷୀରେ ଆଗାମୀ ତା ୧୭/୧୨/୨୪ ଦିନ ସ୍ଥାନୀୟ ସଂସ୍କୃତି ଭବନ ଠାରେ ଜାତୀୟ ଯୁବ ଉତ୍ସବ ୨୦୨୫ ନିମନ୍ତେ ରାଜ୍ୟ ସ୍ତରକୁ ପ୍ରତିଯୋଗୀ ପଠାଇବା ପାଇଁ ଜିଲ୍ଲାସ୍ତରୀୟ ପ୍ରତିଯୋଗୀତା ଅନୁଷ୍ଠିତ କରାଯିବ । ଉକ୍ତ ଦିନ ଜିଲ୍ଲାର ୧୫ ବର୍ଷରୁ ୨୯ ବର୍ଷର ଯୁବ ବର୍ଗ ଙ୍କ ମଧ୍ୟରେ ଦଳଗତ ଲୋକନୃତ୍ୟ,ଦଳଗତ ଲୋକ ସଙ୍ଗୀତ,ଏକକ ଲୋକନୃତ୍ୟ, ଏକକ ଲୋକ ସଙ୍ଗୀତ, ହିନ୍ଦୀ ଓ ଇଂରାଜୀ ଭାଷାର ପଦ୍ୟ ପଠନ /ଗଳ୍ପ ଲିଖନ, ଚିତ୍ରକଳା, ହିନ୍ଦୀ ଓ ଇଂରାଜୀ ଭାଷାରେ ଔପଚାରିକ ବକ୍ତୃତା ପ୍ରଭୁତି ପ୍ରତିଯୋଗିତା ଅନୁଷ୍ଠିତ କରାଯିବ। ପ୍ରତିଯୋଗିତାରେ ସଫଳ ପ୍ରତିଯୋଗୀଙ୍କୁ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ ତଥା ଜିଲ୍ଲାରୁ ପ୍ରତିନିଧିତ୍ୱ କରିବା ନିମନ୍ତେ ପ୍ରେରଣ କରାଯିବ। ପ୍ରତିଯୋଗିତା ତା ୧୭.୧୨.୨୦୨୪ ଦିନ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରତିଯୋଗିତା ନିମନ୍ତେ ପଞ୍ଜୀକରଣ ସକାଳ ୮.୩୦ ରୁ ୧୦,୦୦ ମଧ୍ୟରେ ହେବ। ପ୍ରତିଯୋଗୀ ନିଜର ଉପଯୁକ୍ତ ପରିଚୟ ନିମନ୍ତେ ଆଧାର କାର୍ଡ ଦେଖାଇବା ନିହାତି ଆବଶ୍ୟକ।

ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ସମସ୍ତ ସଦସ୍ୟଙ୍କୁ ସ୍ବାଗତ ଜଣାଇ ବୈଠକର ଆଭିମୁଖ୍ୟ ଉପସ୍ଥାପନା କରିଥିଲେ। ଏହି ଅବସରରେ ସୋନପୁର ଉପଜିଲ୍ଲାପାଳ ଡ଼ଃ ସୌମ୍ୟାରୁପା ରଥ,ଜିଲ୍ଲା ସଂସ୍କୃତି ଅଧିକାରୀ, ଜିଲ୍ଲା ଶିକ୍ଷା ଅଧୁକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା କ୍ରୀଡା ଅଧିକାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ସୋନପୁର ମହାବିଦ୍ୟାଳୟ କଲେଜ ଅଧ୍ୟକ୍ଷ ଓ ବୀରମହାରାଜପୁର କଲେଜ ପ୍ରତିନିଧି ପ୍ରମୁଖ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବୈଠକରେ ଅଧ୍ୟକ୍ଷ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ପରାମର୍ଶ ଦେବା ସହ ଜିଲ୍ଲାର ବହୁ ସଂଖ୍ୟାରେ ଯୁବକ ଯୁବତୀ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...