32.9 C
Balāngīr
Monday, April 28, 2025

ଜିଲ୍ଲା ସ୍ତରୀୟ ଲକ୍ଷ ପତି ଦିଦି କର୍ମଶାଳା 

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର , (୧୧/୦୩) :ମହିଳାଙ୍କୁ ସଶକ୍ତ ତଥା ରାଜ୍ୟ ଓ ଦେଶର ଅର୍ଥନୈତିକ ବିକାଶରେ ସହଯୋଗୀ ହେବାକୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ଏକ ଦିବସିୟ ଲକ୍ଷ ପତି ଦିଦି କର୍ମଶାଳା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 03 11 at 22.07.35 ଜିଲ୍ଲା ସ୍ତରୀୟ ଲକ୍ଷ ପତି ଦିଦି କର୍ମଶାଳା 

ସୋନପୁର ଟାଉନ ହଲ ଠାରେ ଅନୁଷ୍ଠିତ ଏହି କର୍ମଶାଳାରେ ଡି ଏଫ ଓ, ଡି ଏସ ଡବ୍ଲୁ ଓ , କେ ଭି କେ କୃଷି ବୈଜ୍ଞାନିକ, ସି ଡି ଭି ଓ , ଏଲ ଡି ଏମ , ଆର ଏସ ଇ ଟି ଆଇ ନିର୍ଦେଶକ , ସିଡ଼ିଏ ଓ , ପ୍ରମୁଖ ଉପସ୍ଥିତ ଥିଲେ। କର୍ମଶାଳା ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗୀୟ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଉପସ୍ଥାପନ କରିଥିଲେ । ଏହି ଅବସରରେ ସିଏସ ଏସ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା ମାନେ ସେମାନଙ୍କ ସଫଳ କାହାଣୀ ବ୍ୟକ୍ତ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ ।

ପରେ ପରେ ଲଖପତି ଦିଦି ମାନଙ୍କ ଦ୍ୱାରା ଗୀତ, ସଙ୍ଗୀତ, ନାଚ, କବିତା ଆବୃତ୍ତି, କ୍ଷୁଦ୍ର ନାଟକ ଆଦି ପରିବେଷଣ କରାଯାଇଥିଲା। ଏହି କର୍ମଶାଳାରେ ଏଫ ଏଲ ସି, ଡି ପି ସି ମିଶନ ଶକ୍ତି, ଓ ଏଲ ଏମ, ମିଶନ ଶକ୍ତି ଅଧିକାରୀ ସମେତ ଜିଲ୍ଲାର ସମସ୍ତ ସି ଆର ପି , ଏମ ବି କେ, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଏବଂ ଲକ୍ଷ ପତି ଦିଦି ପ୍ରମୁଖ ଯୋଗଦାନ କରିଥିଲେ । ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବା SHG ସଭ୍ୟା ମାନଙ୍କୁ ପୁରସ୍କୃତ କରି ପ୍ରେରଣା ଯୋଗାଇ ଦିଆ ଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...