32.9 C
Balāngīr
Monday, April 28, 2025

ଜୀବନ ଜ୍ୟୋତି କଲେଜ୍ ରେ ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୭/୦୧) : ଜୀବନ ଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ +୨ପ୍ରଥମ ବର୍ଷ କଳା /ବିଜ୍ଞାନ ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମସୁରକ୍ଷା ତାଲିମ୍ ଶିବିର କାର୍ଯ୍ୟକ୍ରମ ଉଦଘାଟନ ହୋଇଯାଇ ଅଛି ।

ଏହି ଆତ୍ମସୁର କ୍ଷା ତାଲିମ୍ ଆସନ୍ତା ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ଦିଆଯିବ । ଏହି କାର୍ଯ୍ୟକ୍ରମ ରେ ଅଧ୍ୟାପିକା ଲିଜାଲିନ ଭୋଇ ସ୍ୱାଗତ ଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଇକିଆ ଅଗ୍ନିଶମ ବିଭାଗର ଅଧିକାରୀ ମନୋଜ କୁମାର ସାହୁ ଏବଂ ଅଗ୍ନିଶମ ବିଭାଗ ର କର୍ମଚାରୀ ଟୁଟୁ ପଲାଇ ଉପସ୍ଥିତ ରହି ପିଲାମାନଙ୍କ ମନରେ ଉନ୍ମାଦନା ଭରିଥିଲେ, ଏବଂ ଅଧ୍ୟକ୍ଷ ଶ୍ରୀ ପ୍ରଭାକର ରାଜୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ, ଏବଂ ଛାତ୍ରୀ ମାନଙ୍କୁ ଶାରୀରିକ ଏବଂ ମାନସିକ ସ୍ଥିତିରେ ସୁଦୃଢ ହେବାକୁ ପରାମର୍ଶ ଦେଇଥିଲେ ।

ପ୍ରାଧ୍ୟାପକ ଉମାକାନ୍ତ ରଥ ଛାତ୍ରୀ ମାନଙ୍କୁ ଆତ୍ମସୁରକ୍ଷା ତାଲିମ୍ ର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଅଧ୍ୟାପକ ଡ଼ଃ ସନ୍ତୋଶ କୁମାର ନାୟକ ଆତ୍ମସୁରକ୍ଷ ସମ୍ପର୍କରେ ସୁନ୍ଦର ମନ୍ତବ୍ୟ ପ୍ରଦାନ କରିଥିଲେ । ଆତ୍ମସୁରକ୍ଷାର ମାଷ୍ଟର ଟ୍ରେନର ସୁନେଲି ପଲେଇ ମଧ୍ୟ ନିଜର ମନ୍ତବ୍ୟ ଓ ଅନୁଭୂତି ପ୍ରକାଶ କରିଥିଲେ ତତସହିତ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ରୀ ବୈଶାଳୀ ପ୍ରଧାନ ନିଜର ଉନ୍ମାଦନା ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିଥିଲେ ।ପରିଶେଷରେ ଅଧ୍ୟାପିକା କାଜଲ ଦଳାଇସମସ୍ତ୍ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...