32.9 C
Balāngīr
Tuesday, May 20, 2025

ଜୁନିଅର ରେଡକ୍ରସ ତରଫରୁ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର ଅନୁଷ୍ଠିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୁବର୍ଣ୍ଣପୁର, (୧୭/୦୪) : ଆ.ପ୍ର. : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଳକ୍ ଅନ୍ତର୍ଗତ ଶୁଭେଶ୍ଵର ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ହରଡଖୋଲ ଠାରେ ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ଆନୁକୁଲ୍ୟରେ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 04 17 at 20.41.18 ଜୁନିଅର ରେଡକ୍ରସ ତରଫରୁ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର ଅନୁଷ୍ଠିତ

ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ଦାଶ ସଭାପତିତ୍ଵ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ପ୍ରତ୍ୟକ୍ଷ ତତ୍ତ୍ବାବଧାନ ତଥା ଜୁନିଅର ରେଡକ୍ରସ୍ ଅଫିସର ଡ.ରବିଚନ୍ଦ୍ର ପଶାୟତଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଧନ କର୍ମୀ ଭାବେ ଯୋଗଦେଇଥିଲେ ଜୟ ଜଗନ୍ନାଥ ଉଚ୍ଚବିଦ୍ୟାଳୟ ଖରଝୁରାର ଜେଆରସି ପରାମର୍ଶଦାତା ତଥା ସାଧନକର୍ମୀ ଚନ୍ଦ୍ର ଶେଖର ମହାପାତ୍ର ଏବଂ ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜେଆରସି ପରାମର୍ଶଦାତା ତଥା ରକ୍ଷକ ସାଧନ କର୍ମୀ ଗୋପେଶ ପଣ୍ଡା ।

ସାଧନ କର୍ମୀମାନେ ପ୍ରାଥମିକ ଶିକିତ୍ସାର ଉଦ୍ଦେଶ୍ୟ ଜ୍ଞାପନ କରିବା ପରେ ହଠାତ୍ ମୂର୍ଚ୍ଛା ହେବା, ସକ୍, ରିକୋଭରି ପୋଜିସନ, ସାପ କାମୁଡା, ବ୍ୟାଣ୍ଡେଜ୍, ଚୋକିଂ, ଦେହରେ ନିଆଁ, ହାଡ଼ ଭଙ୍ଗା, ମୁଣ୍ଡ ଫଟା, ରକ୍ତସ୍ରାବ ଆଦିର ତତ୍କାଳ ଚିକିତ୍ସା ଓ ଜରୁରୀ କାଳୀନ ଫୋନ ନଂ-୧୧୨ ଆଦି ବିଷୟରେ ଛାତ୍ର ଛାତ୍ରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଏଥିରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଯଶୋବନ୍ତ ପୁଟେଇ ଧନ୍ୟବାଦ ଅର୍ପଣ କରିଥିବାବେଳେ ସହକାରୀ ଶିକ୍ଷକ ମନୋଜ କୁମାର ଦାଶ ଏବଂ ସୂର୍ଯ୍ୟ କୁମାର ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...