32.9 C
Balāngīr
Friday, June 13, 2025

ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ ! ପାଣିପାଗ ବିଜ୍ଞାନୀଙ୍କ ଆକଳନ

Must read

ଭୂବନେଶ୍ଵର, (୨୫/୦୫) : ଆପ୍ର. : ମୌସୁମୀର କ୍ଷୀପ୍ର ଗତି । ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶା ଛୁଇଁବ । ଚଳିତ ବର୍ଷ ଧାର୍ଯ୍ୟ ସମୟ ପୂର୍ବରୁ ମୌସୁମୀର ଆଗମନ ହୋଇଛି ।

ପାଣିପାଗ ବିଭାଗ ଆକଳନ ଅବଧିର ୮ ଦିନ ପୂର୍ବରୁ ଗତକାଲି ମୌସୁମୀ କେରଳ ଛୁଇଁଛି । ଗତ ୧୬ ବର୍ଷ ମଧ୍ୟରେ ଏହା ପ୍ରଥମ ଘଟଣା । କେରଳରେ ମୌସୁମୀ ଜନିତ ପ୍ରବଳ ବର୍ଷା ଆରମ୍ଭ ହୋଇଥିବାବେଳେ ଓଡ଼ିଶାକୁ ମଧ୍ୟ ମୌସୁମୀ ବାୟୁ ସଅଳ ଆସିବା ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ । ସାଧାରଣତଃ କେରଳରେ ମୌସୁମୀ ବାୟୁ ଛୁଇଁବାର ୧୦ ଦିନ ପରେ ଏହା ଓଡ଼ିଶାକୁ ପ୍ରବେଶ କରିଥାଏ। ମେ ଶେଷ କିମ୍ବା ଜୁନ୍ ମାସର ପ୍ରଥମ ସପ୍ତାହ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଅଧିକ ସମ୍ଭାବନା ରହିଥିବା କୁହାଯାଉଛି ।

ସେପଟେ ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ- କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୨ଦିନରେ ଏହା ଅଧିକ ଘନୀଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ବାତ୍ୟାରେ ପରିଣତ ହେବା ନେଇ କୌଣସି ସମ୍ଭାବନା ନଥିବା କୁହାଯାଇଛି । ୩୦ ତାରିଖରେ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଆଜି କାଳବୈଶାଖୀ ପାଇଁ ୬ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାମାନଙ୍କର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...