32.9 C
Balāngīr
Saturday, July 12, 2025

ଜୁଲାଇ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ : ବର୍ଷାକୁ ଦୃଷ୍ଟିରେ ରଖ୍ ନିଷ୍ପତି

Must read

ମୟୁରଭଞ୍ଜ, (୩୦/୦୬) : ଆପ୍ର. : : ଜୁଲାଇ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ଏପରିକି ନିଷ୍ପତି ନେଇଛନ୍ତି ।

ତେବେ ଗତ ଅକ୍ଟୋବରରେ ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ଅଭୟାରଣ୍ୟ ଖୋଲିଥିଲା। ମୌସୁମୀ ଆଗମନ ସହିତ ଲଗାଣ ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଅଭୟାରଣ୍ୟକୁ ବନ୍ଦ କରାଯାଇଛି। ପର୍ଯ୍ୟଟକଙ୍କ ପାଇଁ ୪ମାସ ପର୍ଯ୍ୟନ୍ତ ପିଠାବଟା ଓ କାଳିଆଣି ଫାଟକ ବନ୍ଦ ରହିବ। ପ୍ରତିବର୍ଷ ବର୍ଷାଋତୁ ପାଇଁ ଜୁନ୍‌୧୫ରୁ ଶିମିଳିପାଳ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥାଏ। ଚଳିତଥର ଆଉ ୧୫ଦିନ ଅଧୂକ ଖୋଲା ରଖାଯାଇଛି। ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦସଂକୁଳ ଅବସ୍ଥାରେ ରହିଥାଏ। ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ ବନ୍ଦ କରାଯାଇଥାଏ। ଏହି ସମୟ ମଧ୍ୟରେ ଅଭୟାରଣ୍ୟ ଭିତରେ ରାସ୍ତା ସମେତ ବିଭିନ୍ନ ଭୂମିର ମରାମତି ମଧ୍ଯ ହୋଇଥାଏ।

ସେପଟେ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁଡ଼ୁଗୁଡ଼ିଆ, କୁମାରୀ, ବରେହିପାଣି ଓ ରାମତୀର୍ଥ ଇକୋ ଟୁରିଜିମରେ ପର୍ଯ୍ୟଟକଙ୍କ ରହଣି ସମେତ ପର୍ଯ୍ୟଟନ ପାଇଁ ଖୋଲା ରହିବ ବୋଲି ସୂଚନା ପ୍ରଦାନ କରାଯାଇଛି । ଆଗକୁ ମୌସୁମୀ ବର୍ଷା ପରେ ସ୍ଥିତିକୁ ଦେଖ୍ ଅକ୍ଟୋବର ବା ଦୁର୍ଗାପୂଜା ଛୁଟି ସମୟରେ ଖୋଲିବା ନେଇ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଛି।

 

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...