ଭୁବନେଶ୍ବର, (୦୨/୦୭): ଆପ୍ର. : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୁଲାଇ ୧୪ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ।
ଏହି ଦୁଇ ଦିନ ଗସ୍ତ ସମୟରେ ସେ ଏମ୍ସ ଭୁବନେଶ୍ୱର ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାଯାଇଛି । ସୂଚନା ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁ ଜୁଲାଇ ୧୪ରେ ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହ ପରଦିନ, ଜୁଲାଇ ୧୫ରେ, ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥି ସହ ରାଷ୍ଟ୍ରପତି ଜୁଲାଇ ୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।