32.9 C
Balāngīr
Wednesday, April 30, 2025

ଜୟପାଟଣା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

Must read

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୨୪/୦୨) : ଜୟପାଟଣା ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା WhatsApp Image 2025 02 25 at 10.59.40 ଜୟପାଟଣା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୨୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୮ ଗୋଟି ଓ ସାମୂହିକ ୫ ଗୋଟି ରହିଥିବା ବେଳେ ୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା ।

ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ରେଶନ କାର୍ଡ, ପୋଲିସ କେସ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି,ଶିଶୁ ସୁରକ୍ଷା, ସାମାଜିକ ସୁରକ୍ଷା, ଜଳସେଚନ,ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ନିର୍ଦ୍ଦେଶ ଦେଇଥିଲେ ।

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ମୀନତିଲତା ଦାସ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଧର୍ମଗଡ଼ ମନୋଜ ବେହେରା, ବ୍ଲକ ଅଧ୍ୟକ୍ଷ ଥବିର ବାଗ, ଜିଲ୍ଲା ପରିଷଦର ସଭ୍ୟ ଅଙ୍ଗଦ ମାଝୀ, ବ୍ଲକ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମି କହଁର, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର ଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...