ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗିର, (୧୩/୦୮) : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ସୁଡ଼ା ପଞ୍ଚାୟତ ମହଗାରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି ।
ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଖୋଲାଣ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମଙ୍କ ତଦାରଖରେ ଅନ୍ୟମାନେ ଘରେ ଚିକିତ୍ସିତ ହେଉଥିବା ଜଣାଯାଇଛି । ତେବେ ଗାଁ’ରେ କାହିଁକି ଝାଡ଼ାବାନ୍ତି ବ୍ୟାପିଛି ଏହାର କାରଣ ଜଣାପଡ଼ି ନାହିଁ । ଗାଁ’ରେ ଡାକ୍ତରୀ ଟିମ୍ ସ୍ଥିତି ଉପରେ ନଜର ରଖିଛନ୍ତି । ସେହିପରି ପାଣି ନମୂନା ପରୀକ୍ଷା ପଠାଇଥିବା ଜଣାଯାଇଛି। ଅନ୍ୟପକ୍ଷରେ ମାସକ ମଧ୍ୟରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ସେହିପରି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକରେ ଦଣ୍ଡସେନାଗୁଡା ଗାଁରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଡାକ୍ତରୀ ଟିମ୍ ଗାଁ’ରେ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଥିବ ଜଣାଯାଇଛି ।