32.9 C
Balāngīr
Wednesday, April 23, 2025

ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ; ଲୋକେ ଭୟଭୀତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଖୋର୍ଦ୍ଧା, (୧୯/୧୨) : ଦିନକୁ ଦିନ ଖୋର୍ଦ୍ଧା ବନଖଣ୍ଡରେ ବଢୁଛି ହାତୀ ଉପଦ୍ରବ। ଟାଙ୍ଗୀ ରେଞ୍ଜରେ ୩୦ ଟିକିଆ ହାତୀପଲ ବ୍ୟାପକ କ୍ଷୟକ୍ଷତି କରୁଛନ୍ତି ।

ହାତୀପଲଙ୍କ ଉତ୍ପାତରେ ସ୍ଥାନୀୟ ଲୋକେ ମଧ୍ୟ ଭୟଭୀତ ଅବସ୍ଥାରେ ଅଛନ୍ତି। ହେଲେ ବନ ବିଭାଗ ସାଜିଛି ନିଦାବିଷ୍ଣୁ । ତେବେ ଏହି ହାତୀପଲ ଆଜି (ବୁଧବାର) ସକାଳେ ଟାଙ୍ଗୀ ବ୍ଲକ୍ ଅଚ୍ୟୁତପୁର ରାସ୍ତା ପାର ହୋଇ ନିକଟସ୍ଥ ଜଙ୍ଗଲ ଭିତରକୁ ଯାଇଛନ୍ତି । ସ୍ଥାନୀୟ ଜଙ୍ଗଲ ଭିତରେ ହାତୀପଲ ରହିଥିବାରୁ ଅଚ୍ୟୁତପୁର ସମେତ କମାଗୁରୁ, ଛଣଗିରି, ଓଳସିଂହ, ଟାଙ୍କୋଳ, ସରପାରି ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି । ଗତକାଲି ଟାଙ୍କୋଳ- ସରପାରି ରାସ୍ତାରେ ହାତିପଲ ରହିଥିବା ବେଳେ ଆଜି ଅଚ୍ୟୁତପୁରରେ ରାସ୍ତା ପାର ହେଉଥିବା ଘଟଣା ଭୟର ବାତାବରଣ ସୃଷ୍ଟି କରିଛି। ତେଣୁ ତୁରନ୍ତ ବନବିଭାଗ ଏହି ହାତୀପଲଙ୍କ ଉପରେ ନଜର ରଖିବା ସହିତ ସୁରକ୍ଷିତ ଭାବେ ଅନ୍ୟ ଜଙ୍ଗଲ ଆଡ଼କୁ ଘଉଡାଇ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...